BREAKING

ଦୁଇ ଇରାନ୍ ଅପରାଧୀଙ୍କୁ ଧରିଲା ପୁରୀଘାଟ ଥାନା ପୁଲିସ


କଟକ: ସାରା ଦେଶରେ ମୋଷ୍ଟ ଓ୍ବାଣ୍ଟେଡ୍ ଇରାନିଆନ୍ ଅପରାଧୀଙ୍କ ହେଡକ୍ବାର୍ଟର୍ ନୂଆପଡ଼ା ଜିଲ୍ଲା ଖରିଆର୍ ରୋଡରେ କମିସନରେଟ୍ ପୁଲିସ ବଡ଼ଧରଣର ଚଢ଼ଉ କରିଛି। ଦେଶରେ ଅଳଙ୍କାର ଦୋକାନରେ ହାତ ସଫାଇ କରି ଲୁଟିବାରେ ପାରଙ୍ଗମ ଏହି ଗ୍ୟାଙ୍ଗର ଦୁଇ ସଦସ୍ୟଙ୍କୁ ପୁରୀଘାଟ ଥାନା ପୁଲିସ ଗିରଫ କରିଛି। ଅଭିଯୁକ୍ତଦ୍ବୟ ହେଉଛନ୍ତି ନୂଆପଡ଼ା ଖରିଆର୍ ରୋଡର ନଜାଫ୍ ଅଲ୍ଲୀ ଓ ମହମ୍ମଦ ଆବାସ୍ ଓରଫ ମମୁକୁ। ଅଭିଯୁକ୍ତଙ୍କ ନିକଟରୁ ୧୮ଗ୍ରାମ୍‌ ଓଜନର ଚୋରା ସୁନା ଅଳଙ୍କାର ସହିତ ଏକ ୟାମାହା ବାଇକ୍ (ଓଡି-୦୩ପି-୬୭୦୪) ଜବତ ହୋଇଛି। ଦୋଳମୁଣ୍ଡାଇରେ ଥିବା ଜଗନ୍ନାଥ ଜୁଏଲାରିରୁ ଅଳଙ୍କାର ଚୋରି ମାମଲାରେ ଏମାନଙ୍କ ସମ୍ପୃକ୍ତି ଥିବା ବେଳେ ଏହି ମାମଲାରେ ଆହୁରି ୩ ଜଣ ଫେରାର୍‌ ଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଦୋଳମୁଣ୍ତାଇ ଛକରେ ଥିବା ଜଗନ୍ନାଥ ଜୁଏଲାରି ଭିତରକୁ ଫେବ୍ରୁଆରି ୪ ତାରିଖ ଅପରାହ୍ନ ପ୍ରାୟ ୪ଟା ୩୦ ବେଳେ ଦୁଇଜଣ ମାସ୍କ ପିନ୍ଧା ଦୁର୍ବୃତ୍ତ ପଶିଥିଲେ। ଅଳଙ୍କାର କିଣିବା ବାହାନାରେ ହାତ ସଫାଇ କରି ୧୫୦ ଗ୍ରାମ ଓଜନର ସୁନା ଅଳଙ୍କାର; ଯାହାର ମୂଲ୍ୟ ୭ ଲକ୍ଷ ଟଙ୍କା, ଲୁଟି ନେଇଥିଲେ। ପୁରୀଘାଟ ଥାନା ପୁଲିସ ଏହି ମାମଲାର ତଦନ୍ତ କଲା ପରେ ଇରାନିଆନ୍ ଅପରାଧୀଙ୍କ ସମ୍ପୃକ୍ତି ପ୍ରମାଣ ପାଇଥିଲା। ଏ ଧରଣର ଅପରାଧ କେବଳ ଇରାନିଆନ୍ ଗ୍ୟାଙ୍ଗ୍ ହିଁ ଦେଶରେ କରୁଛନ୍ତି। ପୁରୀଘାଟ ଥାନା ଆଇଆଇସି ରଶ୍ମିରଞ୍ଜନ ସାହୁ ଏକ ଟିମ୍ ଗଠନ କରିଥିଲେ। ଏହି ଟିମ୍ ନୂଆପଡ଼ାରେ ଚଢ଼ଉ କରି ଏହି ଗ୍ୟାଙ୍ଗର ଉପରୋକ୍ତ ଦୁଇ ସଦସ୍ୟଙ୍କୁ ଗିରଫ କରିଛି।

ଖଲ୍ଲିକୋଟ୍ ହେଲା ଏକକ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଖଲ୍ଲିକୋଟ୍ ସ୍ୱୟଂ ଶାସିତ ବିଶ୍ୱବିଦ୍ୟାଳୟକୁ ଆଜି ଏକକ ବିଶ୍ୱବିଦ୍ୟାଳୟ ଭାବେ ଘୋଷଣା କରାଯାଇଛି । ଏନେଇ ଆନୁଷ୍ଠାନିକ ଭାବରେ ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷା ବିଭାଗରେ ସଚିବ ଶାଶ୍ୱତ ମିଶ୍ର । ଏହା ପୂର୍ବରୁ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ଭାବେ ଘୋଷଣା କରାଯାଇଥିଲା । ଏହା ପରେ ଓଡ଼ିଶାରେ ଶିକ୍ଷା କ୍ଷେତ୍ରକୁ ଖୁବ୍ ଭଲ ଫାଇଦା ହେବ ।...

Prime Odisha August 1, 2021, 4:19 am     124 Views

ରାଜଧାନୀ ସମେତ ରାଜ୍ୟର ଏହି ୫ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ବନେଶ୍ୱର: ଭୁବନେଶ୍ୱର ସମେତ ରାଜ୍ୟର ଏହି ପାଞ୍ଚଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ରବିବାର ଦିନ ପାଣିପାଗ ବଭାଗ ଚେତାବନୀ ଦେଇଛି। ଏହି ଜିଲ୍ଲାଗୁଡିକ ହେଉଛି କଟକ, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ ଏବଂ ଖୋର୍ଦ୍ଧା ଜିଲ୍ଲାର କେତେକ ଅଞ୍ଚଳରେ ବଜ୍ରପାତ ଏବଂ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ହାଲୁକା ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କ ରହିଛି। ପାଣିପାଗ ଉପରେ ନଜର ରଖିବାକୁ ଏବଂ ବଜ୍ରପାତରୁ ନିରାପଦ ସ୍ଥାନକୁ ସୁରକ୍ଷିତ ସ୍ଥାନକୁ ଯିବାକୁ କେନ୍ଦ୍ର ଲୋକଙ୍କୁ ପରାମର୍ଶ ଦେଇଛି।...

Prime Odisha August 1, 2021, 3:42 am     218 Views

ଟର୍ଚ୍ଚ ମାରି ରୋଗୀ ଦେଖିଲେ ଡାକ୍ତର: କଟକ ବଡ଼ ଡାକ୍ତରଖାନାର ବଡ଼ ବିଭ୍ରାଟ

କଟକ: ରୋଗୀ ଦେଖିବା ବେଳେ ହଠାତ୍ ପଳାଇଲା ବିଜୁଳି ଆଲୁଅ । ଟର୍ଚ୍ଚ ମାରି ରୋଗୀ ଦେଖିଲେ ଡାକ୍ତର । ଏହୃଶ୍ୟ କୌଣସି ଉପାନ୍ତ ଅଞ୍ଚଳର ନୁହେଁ । ରାଜ୍ୟର ବଡ଼ ଡାକ୍ତରଖାନାରେ ବିଦ୍ୟୁତ ସେବାରେ ବଡ଼ ବିଭ୍ରାଟକୁ ନେଇ ଏବେ ଚର୍ଚ୍ଚା । ମାନେ କଟକ ଏସସିବି ମେଡିକାଲରେ ଟର୍ଚ୍ଚ ଲଗାଇ ଡାକ୍ତର ରୋଗୀ ଦେଖିଥିଲେ । ଜରୁରିକାଳୀନ ଓ୍ୱାର୍ଡର ଏହି ଚିତ୍ର ମେଡିକାଲର ଅବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି । ଗତକାଲି ଏହି ଘଟଣା ଘଟିଥିଲା କୁହାଯାଉଛି । ରାତି ପାଖାପାଖି 9ଟାରେ ଏସସିବିରେ 15 ମିନିଟ ବିଜୁଳି କାଟ ହୋଇଥିଲା । ଏତିକିବେଳେ ଜରୁରିକାଳୀନ ଓ୍ୱାର୍ଡକୁ ଆସୁଥିବା ରୋଗୀଙ୍କ ଚିକିତ୍ସା ପାଇଁ ନଥିଲା ବିକଳ୍ପ ବ୍ୟବସ୍ଥା । ଫଳରେ ଡାକ୍ତର ଟର୍ଚ୍ଚ ଆଲୁଅରେ ଏମର୍ଜ...

Prime Odisha August 1, 2021, 3:29 am     451 Views

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୩୭ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୯

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୭ ଜଣ, ବାଲେଶ୍ୱରରୁ ୬୪ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୭ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୨, କଟକରୁ ୧୯୦ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୨୧ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୮୬ ଜଣ, ଯାଜପୁରରୁ ୬୬ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୬ ଜ...

Prime Odisha August 1, 2021, 9:22 am     773 Views

୧୦ ରାଜ୍ୟରେ ସଂକ୍ରମଣ ବଢ଼ୁଛି: ସ୍ଥିତି ସମୀକ୍ଷା କଲା କେନ୍ଦ୍ର, ୪୬ ଜିଲ୍ଲାରେ ପଜିଟିଭ୍‌ ହାର ୧୦%ରୁ ଅଧିକ

ନୂଆଦିଲ୍ଲୀ: ଦେଶରେ ୧୦ଟି ରାଜ୍ୟରେ ସଂକ୍ରମଣ ବୃଦ୍ଧି ହୋଇଛି। କେରଳ, ମହାରାଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡ଼ୁ, ଓଡ଼ିଶା, ଆସାମ, ମିଜୋରାମ, ମେଘାଳୟ, ଆନ୍ଧ୍ରପ୍ରଦେଶ ଏବଂ ମଣିପୁରରେ ସଂକ୍ରମଣ ବଢ଼ୁଥିବାରୁ ଏହି ୧୦ଟି ରାଜ୍ୟର କୋଭିଡ୍‌ ସ୍ଥିତି ସମୀକ୍ଷା ପାଇଁ‌ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଆଜି ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଦେଶର ୪୬ ଜିଲ୍ଲା‌ରେ ପଜିଟିଭ୍‌ ହାର ୧୦ ପ୍ରତିଶତରୁ ଅଧିକ ରହିଛି। ଗତ କିଛି ସପ୍ତାହ ଧରି ଯେଉଁ ଜିଲ୍ଲା ଗୁଡ଼ିକରେ ପଜିଟିଭ୍‌ ହାର ୧୦ ପ୍ରତିଶତରୁ ଅଧିକ ରହିଛି ସେଠାରେ କୋଭିଡ୍ କଟକଣା ବୃଦ୍ଧି କରିବାପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭୂଷଣ କହିଛନ୍ତି, କୌଣସି ପ୍ରକାର ଅବହେଳା କଲେ ସ୍ଥିତି ଆଗକୁ ଆହୁରି ବିଗି...

Prime Odisha August 1, 2021, 7:55 am     617 Views

ଅଗଷ୍ଟରେ ଆସିବ ୩୩ଲକ୍ଷରୁ ଅଧିକ ଡୋଜ୍

ଭୁବନେଶ୍ବର : ଅଗଷ୍ଟ ମାସରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମାଗଣାରେ ୩୩ଲକ୍ଷରୁ ଅଧିକ ଡୋଜ୍ ଟିକା ଦିଆଯିବ। ଏହାସହ ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ଅନୁପାତ ଅନୁଯାୟୀ ୯ଲକ୍ଷ ୭୬ହହଜାର ୨୯୦ ଡୋଜ୍ ଟିକା ଉପଲବ୍ଧ ହେବ। ତେଣୁ ଉଭୟ ସରକାରୀ ଓ ‌ଘରୋଇ ହସ୍ପିଟାଲକୁ ମିଳିବାକୁ ଥିବା ଟିକାର ସଂଖ୍ୟାକୁ ମିଶାଇଲେ ଏହା ୪୩.୪୮ଲକ୍ଷ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି। ଏଥିରେ ‘କୋଭିସିଲ୍‌ଡ’ର ୨୯.୫୬ଲକ୍ଷ ଥିବା ବେଳେ କୋଭାକ୍ସିନ୍ ୪.୧୫ଲକ୍ଷ ଡୋଜ୍ ରହିଛି। ଅପରପକ୍ଷରେ ଚଳିତ ଜୁଲାଇ ମାସରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମୁଦାୟ ୫୪.୯୨ଲକ୍ଷ ଡୋଜ୍ ଟିକା ରାଜ୍ୟକୁ ଯୋଗାଇ ଦିଆଯାଇଛି। ପୂର୍ବରୁ କେନ୍ଦ୍ର ସରକାର ୩୦.୫୧ଲକ୍ଷ ଡୋଜ୍ ଟିକା ଦେବେ ବ...

Prime Odisha August 1, 2021, 7:52 am     407 Views


Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.

Contact Us : [email protected]

More News

କୋରାପୁଟ: କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରେ କାର୍ଯ୍ୟରତ ଲାବୋରେଟୋରୀ ଟେକ୍ନିସିଆନ...

ଟୋକିଓ : ଟୋକିଓ ଅଲିମ୍ପିକ୍ସରେ ସେମିଫାଇନାଲରେ ପ୍ରବେଶ କରିଛି ଭାରତୀୟ ପୁରୁଷ ହକି ଟିମ୍ । ଆଜି ଖେଳାଯାଇଥିବା ...

କୋଟପାଡ଼ ବ୍ଲକ ବିଜୁ ଜନତା ଦଳ ତରଫରୁ ଜିଲ୍ଲାପରିଷଦ ଜୋନ 2ର ଘୁମର ଗ୍ରାମ ପଂଚାୟତର କୃଷ୍ଣଗୁଡା ଗ୍ରାମ ଠାରେ ଏକ...

POPULAR CATEGORY

ଦେଶ- ବିଦେଶ

ରାଜ୍ୟ

ଜିଲ୍ଲା

ରାଜନୀତି

ମନୋରଞ୍ଜନ

ପର୍ଯ୍ୟଟନ

ଖେଳ

ସ୍ୱାସ୍ଥ୍ୟ

ନୂତନ ଉଦ୍ୟୋଗ

ଶିକ୍ଷା

ବାଣିଜ୍ୟ

ରାଶିଫଳ

© All right reserved 2016
Disclaimer      Privacy      Advertisement      Contact Us