BREAKING

ଚିନ୍ତା ବଢ଼ାଇଲାଣି ମୌସୁମୀ, ଏବେ ସୁଦ୍ଧା ୨୭ ପ୍ରତିଶତ କମ୍‌ ବର୍ଷା


ଭୁବନେଶ୍ବର : ଜୁଲାଇର ପ୍ରଥମ ୧୮ ଦିନର ନିଅଣ୍ଟିଆ ବର୍ଷା ଚାଷ ପାଇଁ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। କମ୍‌ ବର୍ଷା ଯୋଗୁଁ ୧୯ ଜିଲ୍ଲାରେ ଚାଷକାର୍ଯ୍ୟ ଭୀଷଣ ଭାବେ ପ୍ରଭାବିତ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ଜୁନ୍‌ ୧ରୁ ଜୁଲାଇ ୧୮ମଧ୍ୟରେ ରାଜ୍ୟ‌ରେ ପାଖାପାଖି ୨୯୫.୪ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ବାଭାବିକ ବର୍ଷା ୪୦୫.୩ ମିମିଠାରୁ ୨୭% କମ୍‌। କେନ୍ଦ୍ର କହିଛି ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୯ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଉକ୍ତ ଜିଲ୍ଲାଗୁଡ଼ିକ ହେଲା ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ ବଲାଙ୍ଗୀର। ଏଥିସହ ୬ଜିଲ୍ଲାରେ ୬୦%ରୁ କମ୍‌ ବର୍ଷା ରେକର୍ଡ ହୋଇଛି। ଭଦ୍ରକରେ ୫୯% କମ୍‌ ବର୍ଷା ରେକର୍ଡ ହୋଇଥିବା ବେଳେ ଯାଜପୁରରେ ୫୧%, କେନ୍ଦୁଝର ଓ ବଲାଙ୍ଗୀରରେ ୪୪%, ଗଜପତିରେ ୪୨% ଓ ସମ୍ବଲପୁରରେ ୪୦% ନିଅଣ୍ଟିଆ ବର୍ଷା ହୋଇଛି।

ଭଦ୍ରକ ରାଜ୍ୟର ଏକମାତ୍ର ଜିଲ୍ଲା ଯେଉଁଠାରେ ୨୦୦ମିମି ତଳକୁ ଅର୍ଥାତ୍‌ ଏବେ ସୁଦ୍ଧା ମାତ୍ର ୧୪୯ ମିମି ବର୍ଷା ରେକର୍ଡ ହୋଇଛି। ଏଥିସହ କୋରାପୁଟ ଜିଲ୍ଲାରେ ରାଜ୍ୟର ସର୍ବାଧିକ ବର୍ଷା ୪୧୩.୫ ମିମି ବର୍ଷା ହୋଇଛି। ଗତ ୨୪ ଘଣ୍ଟାରେ କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇଛି। ବର୍ତ୍ତମାନ ପାଣିପାଗର ସ୍ଥିତି କହୁଛି ଯେ ମୌସୁମୀଜନିତ ନିମ୍ନଚାପରେଖା ରାଜସ୍ଥାନର ଗଙ୍ଗାନଗରଠାରୁ ବାହାରି ନାର୍‌ନୁଲ୍‌, ଆଲିଗଡ଼, କାନପୁର, ଶାନ୍ତିନିକେତନ, ଚେରାପୁଞ୍ଜ ମଧ୍ୟ ଦେଇ ପୂର୍ବରେ ନାଗାଲାଣ୍ଡ ଯାଏ ଲମ୍ବିଛି। ଏହା ସମୁଦ୍ର ପତ୍ତନଠାରୁ ୦.୯କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି। ଏହାଛଡ଼ା ଉତ୍ତର ଆନ୍ଧ୍ର ଉପକୂଳ ଓ ଏହାର ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୧.୫ କିମି ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏଥିସହ ଏକ ପୂର୍ବ-ପଶ୍ଚିମ ସିଅର୍‌ ଜୋନ୍‌ ମଧ୍ୟ ରହୁଛି, ଏହା ସମୁଦ୍ର ପତ୍ତନଠାରୁ ୩.୧ କିମିରୁ ୪.୫କିମି ମଧ୍ୟରେ ରହୁଛି। ଏହା ଉତ୍ତର-ପଶ୍ଚିମ ଦିଗକୁ ଢଳି ରହିଛି। ପାଣିପାଗର ଏହି ସବୁ ନିୟାମକ ଯୋଗୁଁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଜି ଉପକୂଳ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ଏଥିସହ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବି ବର୍ଷା ହୋଇପାରେ। ୨୧ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାଛଡ଼ା ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହୁଛି।

ଖଲ୍ଲିକୋଟ୍ ହେଲା ଏକକ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଖଲ୍ଲିକୋଟ୍ ସ୍ୱୟଂ ଶାସିତ ବିଶ୍ୱବିଦ୍ୟାଳୟକୁ ଆଜି ଏକକ ବିଶ୍ୱବିଦ୍ୟାଳୟ ଭାବେ ଘୋଷଣା କରାଯାଇଛି । ଏନେଇ ଆନୁଷ୍ଠାନିକ ଭାବରେ ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷା ବିଭାଗରେ ସଚିବ ଶାଶ୍ୱତ ମିଶ୍ର । ଏହା ପୂର୍ବରୁ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ଭାବେ ଘୋଷଣା କରାଯାଇଥିଲା । ଏହା ପରେ ଓଡ଼ିଶାରେ ଶିକ୍ଷା କ୍ଷେତ୍ରକୁ ଖୁବ୍ ଭଲ ଫାଇଦା ହେବ ।...

Prime Odisha August 1, 2021, 4:19 am     256 Views

ରାଜଧାନୀ ସମେତ ରାଜ୍ୟର ଏହି ୫ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ବନେଶ୍ୱର: ଭୁବନେଶ୍ୱର ସମେତ ରାଜ୍ୟର ଏହି ପାଞ୍ଚଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ରବିବାର ଦିନ ପାଣିପାଗ ବଭାଗ ଚେତାବନୀ ଦେଇଛି। ଏହି ଜିଲ୍ଲାଗୁଡିକ ହେଉଛି କଟକ, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ ଏବଂ ଖୋର୍ଦ୍ଧା ଜିଲ୍ଲାର କେତେକ ଅଞ୍ଚଳରେ ବଜ୍ରପାତ ଏବଂ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ହାଲୁକା ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କ ରହିଛି। ପାଣିପାଗ ଉପରେ ନଜର ରଖିବାକୁ ଏବଂ ବଜ୍ରପାତରୁ ନିରାପଦ ସ୍ଥାନକୁ ସୁରକ୍ଷିତ ସ୍ଥାନକୁ ଯିବାକୁ କେନ୍ଦ୍ର ଲୋକଙ୍କୁ ପରାମର୍ଶ ଦେଇଛି।...

Prime Odisha August 1, 2021, 3:42 am     817 Views

ଟର୍ଚ୍ଚ ମାରି ରୋଗୀ ଦେଖିଲେ ଡାକ୍ତର: କଟକ ବଡ଼ ଡାକ୍ତରଖାନାର ବଡ଼ ବିଭ୍ରାଟ

କଟକ: ରୋଗୀ ଦେଖିବା ବେଳେ ହଠାତ୍ ପଳାଇଲା ବିଜୁଳି ଆଲୁଅ । ଟର୍ଚ୍ଚ ମାରି ରୋଗୀ ଦେଖିଲେ ଡାକ୍ତର । ଏହୃଶ୍ୟ କୌଣସି ଉପାନ୍ତ ଅଞ୍ଚଳର ନୁହେଁ । ରାଜ୍ୟର ବଡ଼ ଡାକ୍ତରଖାନାରେ ବିଦ୍ୟୁତ ସେବାରେ ବଡ଼ ବିଭ୍ରାଟକୁ ନେଇ ଏବେ ଚର୍ଚ୍ଚା । ମାନେ କଟକ ଏସସିବି ମେଡିକାଲରେ ଟର୍ଚ୍ଚ ଲଗାଇ ଡାକ୍ତର ରୋଗୀ ଦେଖିଥିଲେ । ଜରୁରିକାଳୀନ ଓ୍ୱାର୍ଡର ଏହି ଚିତ୍ର ମେଡିକାଲର ଅବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି । ଗତକାଲି ଏହି ଘଟଣା ଘଟିଥିଲା କୁହାଯାଉଛି । ରାତି ପାଖାପାଖି 9ଟାରେ ଏସସିବିରେ 15 ମିନିଟ ବିଜୁଳି କାଟ ହୋଇଥିଲା । ଏତିକିବେଳେ ଜରୁରିକାଳୀନ ଓ୍ୱାର୍ଡକୁ ଆସୁଥିବା ରୋଗୀଙ୍କ ଚିକିତ୍ସା ପାଇଁ ନଥିଲା ବିକଳ୍ପ ବ୍ୟବସ୍ଥା । ଫଳରେ ଡାକ୍ତର ଟର୍ଚ୍ଚ ଆଲୁଅରେ ଏମର୍ଜ...

Prime Odisha August 1, 2021, 3:29 am     748 Views

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୩୭ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୯

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୭ ଜଣ, ବାଲେଶ୍ୱରରୁ ୬୪ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୭ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୨, କଟକରୁ ୧୯୦ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୨୧ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୮୬ ଜଣ, ଯାଜପୁରରୁ ୬୬ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୬ ଜ...

Prime Odisha August 1, 2021, 9:22 am     612 Views

୧୦ ରାଜ୍ୟରେ ସଂକ୍ରମଣ ବଢ଼ୁଛି: ସ୍ଥିତି ସମୀକ୍ଷା କଲା କେନ୍ଦ୍ର, ୪୬ ଜିଲ୍ଲାରେ ପଜିଟିଭ୍‌ ହାର ୧୦%ରୁ ଅଧିକ

ନୂଆଦିଲ୍ଲୀ: ଦେଶରେ ୧୦ଟି ରାଜ୍ୟରେ ସଂକ୍ରମଣ ବୃଦ୍ଧି ହୋଇଛି। କେରଳ, ମହାରାଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡ଼ୁ, ଓଡ଼ିଶା, ଆସାମ, ମିଜୋରାମ, ମେଘାଳୟ, ଆନ୍ଧ୍ରପ୍ରଦେଶ ଏବଂ ମଣିପୁରରେ ସଂକ୍ରମଣ ବଢ଼ୁଥିବାରୁ ଏହି ୧୦ଟି ରାଜ୍ୟର କୋଭିଡ୍‌ ସ୍ଥିତି ସମୀକ୍ଷା ପାଇଁ‌ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଆଜି ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଦେଶର ୪୬ ଜିଲ୍ଲା‌ରେ ପଜିଟିଭ୍‌ ହାର ୧୦ ପ୍ରତିଶତରୁ ଅଧିକ ରହିଛି। ଗତ କିଛି ସପ୍ତାହ ଧରି ଯେଉଁ ଜିଲ୍ଲା ଗୁଡ଼ିକରେ ପଜିଟିଭ୍‌ ହାର ୧୦ ପ୍ରତିଶତରୁ ଅଧିକ ରହିଛି ସେଠାରେ କୋଭିଡ୍ କଟକଣା ବୃଦ୍ଧି କରିବାପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭୂଷଣ କହିଛନ୍ତି, କୌଣସି ପ୍ରକାର ଅବହେଳା କଲେ ସ୍ଥିତି ଆଗକୁ ଆହୁରି ବିଗି...

Prime Odisha August 1, 2021, 7:55 am     131 Views

ଅଗଷ୍ଟରେ ଆସିବ ୩୩ଲକ୍ଷରୁ ଅଧିକ ଡୋଜ୍

ଭୁବନେଶ୍ବର : ଅଗଷ୍ଟ ମାସରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମାଗଣାରେ ୩୩ଲକ୍ଷରୁ ଅଧିକ ଡୋଜ୍ ଟିକା ଦିଆଯିବ। ଏହାସହ ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ଅନୁପାତ ଅନୁଯାୟୀ ୯ଲକ୍ଷ ୭୬ହହଜାର ୨୯୦ ଡୋଜ୍ ଟିକା ଉପଲବ୍ଧ ହେବ। ତେଣୁ ଉଭୟ ସରକାରୀ ଓ ‌ଘରୋଇ ହସ୍ପିଟାଲକୁ ମିଳିବାକୁ ଥିବା ଟିକାର ସଂଖ୍ୟାକୁ ମିଶାଇଲେ ଏହା ୪୩.୪୮ଲକ୍ଷ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି। ଏଥିରେ ‘କୋଭିସିଲ୍‌ଡ’ର ୨୯.୫୬ଲକ୍ଷ ଥିବା ବେଳେ କୋଭାକ୍ସିନ୍ ୪.୧୫ଲକ୍ଷ ଡୋଜ୍ ରହିଛି। ଅପରପକ୍ଷରେ ଚଳିତ ଜୁଲାଇ ମାସରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମୁଦାୟ ୫୪.୯୨ଲକ୍ଷ ଡୋଜ୍ ଟିକା ରାଜ୍ୟକୁ ଯୋଗାଇ ଦିଆଯାଇଛି। ପୂର୍ବରୁ କେନ୍ଦ୍ର ସରକାର ୩୦.୫୧ଲକ୍ଷ ଡୋଜ୍ ଟିକା ଦେବେ ବ...

Prime Odisha August 1, 2021, 7:52 am     147 Views


Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.

Contact Us : [email protected]

More News

କୋରାପୁଟ: କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରେ କାର୍ଯ୍ୟରତ ଲାବୋରେଟୋରୀ ଟେକ୍ନିସିଆନ...

ଟୋକିଓ : ଟୋକିଓ ଅଲିମ୍ପିକ୍ସରେ ସେମିଫାଇନାଲରେ ପ୍ରବେଶ କରିଛି ଭାରତୀୟ ପୁରୁଷ ହକି ଟିମ୍ । ଆଜି ଖେଳାଯାଇଥିବା ...

କୋଟପାଡ଼ ବ୍ଲକ ବିଜୁ ଜନତା ଦଳ ତରଫରୁ ଜିଲ୍ଲାପରିଷଦ ଜୋନ 2ର ଘୁମର ଗ୍ରାମ ପଂଚାୟତର କୃଷ୍ଣଗୁଡା ଗ୍ରାମ ଠାରେ ଏକ...

POPULAR CATEGORY

ଦେଶ- ବିଦେଶ

ରାଜ୍ୟ

ଜିଲ୍ଲା

ରାଜନୀତି

ମନୋରଞ୍ଜନ

ପର୍ଯ୍ୟଟନ

ଖେଳ

ସ୍ୱାସ୍ଥ୍ୟ

ନୂତନ ଉଦ୍ୟୋଗ

ଶିକ୍ଷା

ବାଣିଜ୍ୟ

ରାଶିଫଳ

© All right reserved 2016
Disclaimer      Privacy      Advertisement      Contact Us