BREAKING

ଟିକାକରଣ କ୍ଷେତ୍ରରେ ଗଞ୍ଜାମ ରାଜ୍ୟରେ ପ୍ରଥମ


ବ୍ରହ୍ମପୁର: କରୋନା ଟିକାକରଣ କ୍ଷେତ୍ରରେ ବି ଗଞ୍ଜାମ ଜିଲ୍ଲା ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଛି। ଆଜି ସୁଦ୍ଧା ଜିଲ୍ଲାରେ ୫୧ ପ୍ରତିଶତ ଲୋକଙ୍କ ଟିକାଦାନ ଶେଷ ହୋଇଥିବା ସୂଚନା ମିଳିଛି। ଜିଲ୍ଲାରେ ୪୦ ଲକ୍ଷ ଲୋକ ବସବାସ କରୁଥିବା ବେଳେ ୧୮ ବର୍ଷରୁ ଊର୍ଦ୍ଧ୍ବ ୨୬ଲକ୍ଷ୩୮ହଜାର ୧୩୪ ଜଣଙ୍କୁ ଟିକାଦାନ ନେଇ ଲକ୍ଷ୍ୟ ରଖାଯାଇଥିବା ବେଳେ ଆଜି ସୁଦ୍ଧା ୧୩ଲକ୍ଷ ୫୦ହଜାର ୩୬୪ ଜଣଙ୍କୁ ଟିକାଦାନ କରାଯାଇଛି। ଦେଶରେ ଜାନୁଆରି ୧୬ରୁ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।

ପ୍ରଥମ ପର୍ଯ୍ୟାୟରେ ସମସ୍ତ କୋଭିଡ ଯୋଦ୍ଧାଙ୍କୁ ଟିକାକରଣ କରାଯାଇଥିବା ବେଳେ ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକ ୬୦ବର୍ଷରୁ ଊର୍ଦ୍ଧ୍ବ ଓ ଜଟିଳ ରୋଗୀଙ୍କୁ ଟିକାକରଣ କରାଯାଇଥିଲା। ଅପ୍ରିଲ ପହିଲାରୁ ତୃତୀୟ ପର୍ଯ୍ୟାୟ ଭାବେ ୪୫ବର୍ଷରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କୁ ଟିକାକରଣ କରାଯାଇଥିବା ବେଳେ ମେ ପହିଲାରୁ ଚତୁର୍ଥ ପର୍ଯ୍ୟାୟ ଟିକାକରଣରେ ୧୮ରୁ ୪୪ବର୍ଷ ଯୁବବର୍ଗଙ୍କୁ ସାମିଲ କରାଯାଇଥିଲା। ପ୍ରଥମ ଡୋଜ୍‌ ଭାବେ ଜିଲ୍ଲାର ସମସ୍ତ ବର୍ଗର ଲୋକଙ୍କୁ ମିଶାଇ ୧୩ଲକ୍ଷ ୫୦ହଜାର ୩୬୪ ଜଣ ଟିକା ନେଇଥିବା ବେଳେ ଦ୍ବିତୀୟ ଡୋଜ୍‌ରେ ୩ଲକ୍ଷ ୬ହଜାର ୪୮୩ଜଣଙ୍କୁ ପ୍ରଦାନ କରାଯାଇଛି। ସମସ୍ତ କୋଭିଡ ଯୋଦ୍ଧାଙ୍କ ପ୍ରଥମ ଓ ଦ୍ବିତୀୟ ଡୋଜ୍‌ ଟିକା ଶେଷ ହୋଇଥିବା ବେଳେ ବରିଷ୍ଠ ନାଗରିକଙ୍କ କ୍ଷେତ୍ରରେ ବି ପ୍ରାୟତଃ ଅଧିକାଂଶ ଉଭୟ ଡୋଜ୍ ଟିକା ନେଇସାରିଲେଣି। ସ˚ପ୍ରତି ପ୍ରଥମ ଡୋଜ୍‌ ଟିକା ଉପରେ ଗୁରୁତ୍ବ ଦିଆଯାଉଥିବା ବେଳେ ଦ୍ବିତୀୟ ଡୋଜ୍ର‌ ସମୟସୀମା ୮୪ଦିନ ରହିଥିବାରୁ ଏହାର ସ˚ଖ୍ୟା କମିଯାଇଛି।

ପ୍ରଥମ ଡୋଜ୍‌ର ଟାର୍ଗେଟ ଶେଷ ହେବା ବେଳକୁ ଅଧିକାଂଶଙ୍କ ଦ୍ବିତୀୟ ଡୋଜ୍‌ର ସମୟ ଆସିଯାଉଥିବା ଯୋଗୁଁ ଦ୍ବିତୀୟ ଡୋଜ୍‌କୁ ବି ଗୁରୁତ୍ବ ଦେଇ ଟିକାକରଣ କରାଯିବ ବୋଲି ସୂଚନା ମିଳିଛି। ପୂର୍ବରୁ ଜିଲ୍ଲାରେ କୋଭିସିଲ୍ଡ ଟିକା ପ୍ରଦାନ କରାଯାଉଥିବା ବେଳେ ଚଳିତ ମାସରୁ କୋଭାକ୍ସିନ ଟିକା ପ୍ରଦାନ କରାଯାଉଛି। ପୂର୍ବରୁ ଯେଉଁମାନେ ପ୍ରଥମ ଡୋଜ୍‌ କୋଭିସିଲ୍ଡ ନେଇଥିଲେ ସେମାନଙ୍କୁ ଦ୍ବିତୀୟ ଡୋଜ୍‌ରେ ମଧୢ କୋଭିସିଲ୍ଡ ପ୍ରଦାନ କରାଯାଉଥିବା ବେଳେ ଯେଉଁମାନେ ପ୍ରଥମ ଡୋଜ୍‌ରେ କୋଭାକ୍ସିନ ନେଇଛନ୍ତି ଦ୍ବିତୀୟ ଡୋଜ୍‌ରେ ମଧୢ କୋଭାକ୍ସିନ ଟିକା ପ୍ରଦାନ କରାଯିବ। ଏତଦ୍ବ୍ୟ‌ତିତ ଚଳିତମାସ ୧୫ତାରିଖରୁ ଗର୍ଭବତୀଙ୍କୁ ଟିକାଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲ୍ଲାରେ ବର୍ଷକୁ ଦୁଇଥର ଗର୍ଭବତୀଙ୍କ ତାଲିକା କରାଯାଇଥାଏ। ପ୍ରଥମ ୬ମାସର ତାଲିକାନୁଯାୟୀ ୩୦ହଜାର ଗର୍ଭବତୀଙ୍କ ମଧୢରୁ ଆଜି ସୁଧା ଏକହଜାର ୫୦ଜଣ ଗର୍ଭବତୀଙ୍କୁ ଟିକାକରଣ କରାଯାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡିଛି।

କରୋନା ପାଇଁ ଅଗଷ୍ଟ ୨ରୁ ୮ ତାରିଖ ଯାଏଁ ଟ୍ରେନ୍ ବାତିଲ

ଭୁବନେଶ୍ବର : କରୋନା ସଂକ୍ରମଣର ଚେନ ଭାଙ୍ଗିବାକୁ ରେଳବାଇର ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ । ମହାମାରୀକୁ ରୋକିବାକୁ ପାଇଁ ଅଗଷ୍ଟ ୨ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ସାତ ଯୋଡା ଟ୍ରେନକୁ ବାତିଲ କରାଯାଇଛି । ତିନି ଯୋଡ଼ା ବିଶେଷ ଟ୍ରେନ ଶନିବାର ଓ ରବିବାର ଦିନ ବାତିଲ୍ ରହିବ । ସେହିପରି ଏକ ଯୋଡ଼ା ଟ୍ରେନ ଆଂଶିକ ବାତିଲ୍ ହେବ । ଅଗଷ୍ଟ ୨ ତାରିଖରୁ ୮ ତାରିଖ ମଧ୍ୟରେ ବାତିଲ ହେବାକୁ ଥିବା ଟ୍ରେନ ଗୁଡିକ ହେଲା : ୦୮୪୩୨/୦୮୪୩୧ ପୁରୀ-କଟକ-ପୁରୀ ବିଶେଷ ଟ୍ରେନ ୦୮୪୯୩/୦୮୪୯୪ ଭୁବନେଶ୍ବର-ବଲାଙ୍ଗୀର-ଭୁବନେଶ୍ବର ବିଶେଷ ଟ୍ରେନ ୦୮୪୫୬/୦୮୪୫୫ ଭୁବନେଶ୍ବର-କେନ୍ଦୁଝରଗଡ-ଭୁବନେଶ୍ବର ବିଶେଷ ଟ୍ରେନ ୦୮୪୧୨/୦୮୪୧୧ ଭୁବନେଶ୍ବର-ଭଦ୍ରକ-ଭୁବନେଶ୍ବର ବିଶେଷ ଟ୍ରେନ ୦୮୪୩୮...

Prime Odisha July 30, 2021, 7:09 am     108 Views

ଆନ୍ଧ୍ରରେ ୬ ଓଡ଼ିଆ ଦାଦନଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଗୁଣ୍ଟୁର : ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଲଙ୍କାଭାନିଦିବା ଗାଁରେ ଅଭାବନୀୟ ଘଟଣା । କାମ କରୁଥିବା ବିଦ୍ୟୁତ୍ ଆଘାତରେ ୬ ଜଣ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ସମସ୍ତ ମୃତ ଦାଦନ ଶ୍ରମିକଙ୍କ ଘର ରାୟଗଡା ଜିଲ୍ଲା ଗୁଣପୁର ଅଞ୍ଚଳରେ ବୋଲି ଜଣାପଡିଛି । ସୂଚନା ଅନୁସାରେ, ଗୁଣୁପୁର ସହର ସମେତ ଭୀମପୁର ଓ ଅନ୍ୟ ଗ୍ରାମରୁ କିଛି ଦାଦନ କାମ କରିବାକୁ ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଯାଇଥିଲେ । ସେଠାରେ ଥିବା ଏକ ଚିଙ୍ଗୁଡ଼ି ପୋଖରୀ କାମରେ ଏହି ଶ୍ରମିକମାନେ ନିୟୋଜିତ ଥିଲେ । ଏମାନେ ଶୋଇଥିବା ସମୟରେ ଆଜି ଭୋରରୁ ସଟସର୍କିଟ ଯୋଗୁଁ ନିଆଁ ଲାଗିଥିଲା । ଫଳରେ ସମସ୍ତ ୬ ଜଣ ଦାଦନ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥଲା । ଖବରପାଇ ଗୁଣ୍ଟୁର ଦମକଳ ବାହୀନି ପହଞ୍ଚି ମୃତଦେହ ...

Prime Odisha July 30, 2021, 7:07 am     299 Views

ଅଗଷ୍ଟ ୧ରୁ ଅନଲକ୍ ହେବନି ସାରା ଓଡ଼ିଶା ! ପରୋକ୍ଷରେ ଇସାରା କଲେ ଡିଏମଇଟି

ଭୁବନେଶ୍ୱର: ଆସନ୍ତା ୧ ତାରିଖର ସକାଳ ୬ଟାରେ ଶେଷ ହେଉଛି ତୃତୀୟ ପର୍ୟ୍ୟାୟ ଆଂଶିକ ଲକଡାଉନ୍ । ୧ ତାରିଖରୁ ସାରା ଓଡ଼ିଶା ସମ୍ପୂର୍ଣ୍ଣ ଅନଲକ ହୋଇ ନପାରେ । ଡିଏମଇଟି ଡାକ୍ତର ସିବିକେ ମହାନ୍ତି ଆଜି ଗଣମାଧ୍ୟମକୁ ଦେଇଥିବା ସୂଚନାରୁ ଏଭଳି ଇସାରା ମିଳିଛି । ସେ କହିଛନ୍ତି, ରାଜ୍ୟରେ ସମ୍ପୂର୍ଣ୍ଣ ଅନଲକ୍ ହେଲା ଭଳି ପରିସ୍ଥିତି ଉପୁଜିନାହିଁ । ଜିଲ୍ଲା ଅନୁଯାୟୀ ସ୍ଥିତିକୁ ଅନୁଧ୍ୟାନ କରି ଅଗଷ୍ଟ ମାସ ପାଇଁ ଗାଇଡ଼ଲାଇନ ଘୋଷଣା କରିବେ ରାଜ୍ୟ ସରକାର । କଟକ ଭୁବନେଶ୍ଵରରେ କରୋନା ସ୍ଥିତି ସ୍ଥିର ରହିଛି । ଆଗରୁ ପାଞ୍ଚ ଶହ ଉପରେ ରହୁଥିଲା ଦୈନିକ ପଜିଟିଭ ସଂଖ୍ୟା । ଏବେ ଚାରି ଶହ ଭିତରେ ରହିଛି । ବର୍ତ୍ତମାନ ପୁରା ଖୋଲା ଛଡ଼ାଯାଇ ପାରିବ ନାହିଁ ବୋଲି ଡିଏମଇଟି କହ...

Prime Odisha July 30, 2021, 5:57 am     921 Views

ଅଫଲାଇନରେ ମାଟ୍ରିକ ପରୀକ୍ଷା ଦେଲେ ସୋରଡ଼଼ା ବିଧାୟକ

ଭୁବନେଶ୍ୱର: ଅସନ୍ତୁଷ୍ଟ ପିଲାଙ୍କ ପାଇଁ ଆଜିଠାରୁ ଆରମ୍ଭ ହୋଇଛି ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା । ଏହାରି ମଧ୍ୟରେ ଅଫଲାଇନରେ ମାଟ୍ରିକ ପରିକ୍ଷା ଦେଇଛନ୍ତି ଭଞ୍ଜନଗରର ସୋରଡ଼଼ା ବିଧାୟକ । ୪୯ ବର୍ଷୀୟ ସୋରଡ଼଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ମାଟ୍ରିକ ପରୀକ୍ଷା ଦେଇଥିବା ଜଣାପଡିଛି । ସେ ସୋରଡ଼ା ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଇଥିବା ସୂଚନା ମିଳିଛି । ତେବେ ରାଜ୍ୟରେ ୧୫ ହଜାର ୧୩୬ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ମୋଟ ୫୦୪ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । କୋଭିଡ ଗାଇଡଲାଇନ୍ ଅନୁସାରେ ପରୀକ୍ଷା ଅନୁଷ୍ଠିତ ହୋଇଛି । ଆଜିଠାରୁ ଅଗଷ୍ଟ ୫ ତାରିଖ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା । ନିର୍ଦ୍ଦି...

Prime Odisha July 30, 2021, 4:57 am     302 Views

ପୁରୀ ବିଚରେ ମଦ କୁଡ଼ିଆ ଯୋଜନା ପ୍ରତ୍ୟାହାର

ଭୁବନେଶ୍ୱର: ପୁରୀ ବେଳାଭୂମିରେ ମଦ କୁଡ଼ିଆ ଯୋଜନାକୁ ପ୍ରତ୍ୟାହାର କରାଯାଇଛି । ଏନେଇ ପୂରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଯୋଜନାକୁ ନେଇ ବିଭିନ୍ନ ମହଲରୁ ଅସନ୍ତୋଷ ପ୍ରକାଶ ପାଇବା ପରେ ନିଷ୍ପତ୍ତିକୁ ପ୍ରତ୍ୟାହାର କରି ନିଆଯାଇଛି । ପୁରୀ ବେଳାଭୂମିକୁ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଏହି ମଦ କୁଡ଼ିଆ ଯୋଜନାକୁ ଆରମ୍ଭ କରିବା ନେଇ ନିଷ୍ପତ୍ତି ନିଆଯାଇଥିଲା । କିନ୍ତୁ ବିଭିନ୍ନ ସଂଗଠନ ଏବଂ ଦଳୀୟ କର୍ମୀ ମାନେ ଏନେଇ ଆପତ୍ତି କରିବାରୁ ଏହି ନିଷ୍ପତିକୁ ବଦଳାଇ ଦିଆଯାଇଛି । ଓଟିଡିସି ପକ୍ଷରୁ ହୋଇଥିବା ଏହି ଯୋଜନାକୁ ଜୋରଦାର ବିରୋଧ କରିଥିଲା ବିଜେପି । ଏନେଇ ଅନେକ ସଂଗଠନ ଜିଲ୍ଲାପାଳଙ୍କୁ ଭେଟି ସେମାନଙ୍କ ଦାବି ରଖିବା ପରେ ଐତିହ୍ୟର ସହର...

Prime Odisha July 30, 2021, 4:49 am     926 Views

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ମୌସୁମୀ ସକ୍ରିୟ, ଅଗଷ୍ଟ ୧ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଦୁଇଦିନ ତଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ପଶ୍ଚିମବଙ୍ଗର ଗାଙ୍ଗେୟ ଅଂଚଳ ଓ ଝାଡ଼ଖଣ୍ଡ ଉପରେ ସକ୍ରିୟ ରହିଛି । ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ବିହାର ଓ ଦକ୍ଷିଣ ଉତ୍ତରପ୍ରଦେଶ ଛୁଇଁବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବିଭାଗର ରିପୋର୍ଟ ଅନୁସାରେ ଏହି ଲଘୁଚାପ ପ୍ରଭାବରୁ ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହାର ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ଗତ କାଲିଠାରୁ ବର୍ଷା ଲାଗି ରହିଛି ଓ ସୁନ୍ଦରଗଡ଼,କେନ୍ଦୁଝର, କନ୍ଧମାଳ ଓ ମୟୁରଭଂଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ସୁନ୍ଦରଗଡ଼ ଓ କେନ୍ଦ...

Prime Odisha July 30, 2021, 4:45 am     592 Views


Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.

Contact Us : [email protected]

More News

କୋରାପୁଟ: କୋରାପୁଟ ଜିଲ୍ଲା ସଡକ ସୁରକ୍ଷା ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଥିବା ସୂଚନ...

କୋରାପୁଟ: ଆଜି ସ୍ଥାନୀୟ ମାନସ ଅନୁଷ୍ଠାନରେ ବିଭିନ୍ନ ବ୍ଲକରୁ ଆସିଥିବା ମାଷ୍ଟର ଟ୍ରେନର ମାନଙ୍କୁ ନେଇ ଏକ ତା...

କୋରାପୁଟ : କୋରାପୁଟ ଜିଲ୍ଲାରେ ଆଜି ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ଜିଲ୍ଲାରେ 354 ଜଣ ରେଗୁଲାର ପରୀକ୍...

POPULAR CATEGORY

ଦେଶ- ବିଦେଶ

ରାଜ୍ୟ

ଜିଲ୍ଲା

ରାଜନୀତି

ମନୋରଞ୍ଜନ

ପର୍ଯ୍ୟଟନ

ଖେଳ

ସ୍ୱାସ୍ଥ୍ୟ

ନୂତନ ଉଦ୍ୟୋଗ

ଶିକ୍ଷା

ବାଣିଜ୍ୟ

ରାଶିଫଳ

© All right reserved 2016
Disclaimer      Privacy      Advertisement      Contact Us