BREAKING

ଆଜି ବିଶ୍ୱ ହସ୍ତୀ ଦିବସ: ଅନ୍ତୁଡ଼ିଶାଳରେ ଅସୁରକ୍ଷିତ, ୧୧ ବର୍ଷରେ ମଲେଣି ୮୬୨ ହାତୀ


ଭୁବନେଶ୍ବର : ଓଡ଼ିଶାକୁ ଏକଦା ହାତୀଙ୍କ ଅନ୍ତୁଡ଼ିଶାଳ ‌ବୋଲି କୁହାଯାଉଥିଲା। ମୌର୍ଯ୍ୟ, ମୋଗଲ ବଂଶ ଶାସନ ସମୟରେ ବି ଓଡ଼ିଶାର ହାତୀଙ୍କ ବ୍ୟବହାର ନେଇ ଇତିହାସରେ ଉଲ୍ଲେଖ ରହିଛି। ତେବେ ସେହି ଅନ୍ତୁଡ଼ିଶାଳରେ ହାତୀ ଆଜି ଅସୁରକ୍ଷିତ। କିଛିଦିନ ବ୍ୟବଧାନରେ ରାଜ୍ୟର କେଉଁଠି ନା କେଉଁଠି ହାତୀଙ୍କ ମୃତ୍ୟୁ ହେଉଛି। ରେଳ ଦୁର୍ଘଟଣା, ବିଦ୍ୟୁତ ଆଘାତ, ଶିକାର ସମେତ ଦ୍ରୁତ ସହରୀକରଣ ଯୋଗୁଁ ହାତୀଙ୍କ ଜୀବନ ପ୍ରତି ପଦପାତରେ ବିପଦ ସୃଷ୍ଟି ହେଉଛି। ସେମାନଙ୍କ ବାସସ୍ଥାନ ତଥା ପାରମ୍ପାରିକ ଯାତାୟାତ ପଥ ଉପରେ ଏସବୁର ଘୋର ପ୍ରଭାବ ପଡ଼ିଛି। ପରିମାଣ ସ୍ବରୂପ ଗତ ୧୧ ବର୍ଷ ୪ ମାସରେ ୮୬୨ ହାତୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଟ୍ରେନ୍ ଦୁର୍ଘଟଣାରେ ୩୧ଟି, ସଡ଼କ ଦୁର୍ଘଟଣାରେ ୬ଟି, ବିଦ୍ୟୁତ୍ ଆଘାତରେ ୧୩୫ଟି ହାତୀଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ୮୬ଟି ହାତୀଙ୍କୁ ଶିକାର କରାଯାଇଥିବା ବେଳେ ୩୭ଟି ବିଷକ୍ରିୟା ଦ୍ବାରା ମୃତ୍ୟୁମୁଖରେ ପଡ଼ିଛନ୍ତି। ଗତ ୨୦ ଦିନ ମଧ୍ୟରେ ରାଜ୍ୟରେ ୫ଟି ହାତୀଙ୍କ ମୃତ୍ୟୁ ଆହୁରି ଚିନ୍ତା ବଢ଼ାଇ ଦେଇଛି। ଏକ ଦଶନ୍ଧିରେ ଓଡ଼ିଶାରେ ହାତୀଙ୍କ ସ୍ଥିତି ଏଭଳି ହୋଇଥିଲେ ମଧ୍ୟ କାହାର ନିଘା ନାହିଁ। ବିଭାଗୀୟ ମନ୍ତ୍ରୀ, ସଚିବ ସବୁ ଜାଣି ନିଘୋଡ଼ ନିଦରେ ଶୋଇଥିବା ବେଳେ ସରକାରୀ ବାବୁମାନେ ଚୁପ୍‌ ବସିପଡ଼ିଛନ୍ତି। ଏଭଳି ସମୟ ଓଡ଼ିଶାର ଅନ୍ୟତମ ପରିଚୟ ହାତୀଙ୍କୁ ସୁରକ୍ଷା ଦେବ କିଏ?

୧୯୭୯ରେ ଓଡ଼ିଶାରେ ୨୦୪୪ଟି ହାତୀ ରହିଥିଲେ ମଧ୍ୟ ୪ ଦଶନ୍ଧି ପରେ ବି ସଂଖ୍ୟା ବଢ଼ିପାରିନି। ୨୦୧୭ ଗଣନା ବେଳେ ରାଜ୍ୟର ୨୬ଟି ଜିଲ୍ଲାରେ ହାତୀଙ୍କ ଉପସ୍ଥିତି ଥିବା ବେଳେ ୧୯୭୬ଟି ହାତୀ ଚିହ୍ନଟ ହୋଇଥିଲେ। ତେବେ ଦନ୍ତା ହାତୀଙ୍କ ସଂଖ୍ୟା କମିବା ହାତୀ ବଂଶ ବୃଦ୍ଧିରେ ବଡ଼ ପ୍ରତିବନ୍ଧକ ସାଜିଥିବା ବନ୍ୟପ୍ରାଣୀ ବିଶେଷଜ୍ଞ ତଥା ୱାଇଲ୍ଡଲାଇଫ୍‌ ସୋସାଇଡି ଅଫ୍‌ ଓଡ଼ିଶାର ସମ୍ପାଦକ ବିଶ୍ବଜିତ୍‌ ମହାନ୍ତି ମତପ୍ରକାଶ କରିଛନ୍ତି। ଶ୍ରୀ ମହାନ୍ତି କହିଛନ୍ତି; ୨୦୧୭ରେ ଚିହ୍ନଟ ହୋଇଥିବା ୧୯୭୬ ହାତୀଙ୍କ ମଧ୍ୟରେ ମାତ୍ର ୩୪୪ଟି ଦନ୍ତା ହାତୀ ଥିଲେ। ସେମାନଙ୍କ ମଧ୍ୟରୁ ପ୍ରାୟ ୧୫୦ଟି ହାତୀଙ୍କ ବୟସ ୨୦ ବର୍ଷରୁ ଅଧିକ ରହିଥିଲା। ସେମାନଙ୍କର ପ୍ରଜନନ କ୍ଷମତା ଅଧିକ ରହିଛି। ତେବେ ପ୍ରତିବର୍ଷ ଶିକାର ଓ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨୦ଟି ଦନ୍ତା ହାତୀଙ୍କର ମୃତ୍ୟୁ ହେଉଛି। ଦନ୍ତା ହାତୀଙ୍କ ଦାନ୍ତର ମୂଲ୍ୟ ଅନ୍ତର୍ଜାତୀୟ ବଜାରରେ ବହୁ ଅଧିକ ହୋଇଥିବାରୁ ଶିକାରୀମାନେ ସେମାନଙ୍କୁ ହତ୍ୟା କରୁଥିବା ନଜରକୁ ଆସିଛି। ଗତ ୯ ବର୍ଷ ମଧ୍ୟରେ ୪୪ରୁ ଅଧିକ ହାତୀଦାନ୍ତ ଜବତ ହୋଇଛି। ତେବେ ଦୁଇ ବର୍ଷ ହେଲା ଏସ୍‌ଟିଏଫ୍‌, କ୍ରାଇମବ୍ରାଞ୍ଚ ପକ୍ଷରୁ ବ୍ୟାପକ ଚଢ଼ଉ କରାଯାଇ ରାଜ୍ୟର ବିଭିନ୍ନ ସ୍ଥାନରୁ ହାତୀଦାନ୍ତ ଜବତ କରାଯାଉଛି। କେବଳ ୨୦୨୧ରେ ଏପର୍ଯ୍ୟନ୍ତ ୧୦ଟି ହାତୀଦାନ୍ତ ଜବତ ହୋଇଛି। ଜାନୁଆରି ୧୪ରେ ଏସ୍‌ଟିଏଫ୍ ପକ୍ଷରୁ ସମ୍ବଲପୁରରୁ ୨ଟି ହାତୀଦାନ୍ତ ଜବତ ହୋଇଥିବା ବେଳେ ଫେବ୍ରୁଆରି ୭ରେ କେନ୍ଦୁଝରରୁ, ମାର୍ଚ୍ଚ ୨୬ରେ‌ ଦେବଗଡ଼ର ଖମାର ରେଞ୍ଜରୁ ଏବଂ ଏପ୍ରିଲ ୨୪ରେ ନୟାଗଡ଼ା ଜିଲ୍ଲାର ଗଣିଆ ରେଞ୍ଜରୁ ୨ଟି ଲେଖାଏଁ ହାତୀଦାନ୍ତ ଜବତ ହୋଇଛି। ଏଥିରୁ ସ୍ପଷ୍ଟ ଜଣାପଡ଼ୁଛି ଯେ ହାତୀଙ୍କ ପ୍ରତି କିଭଳି ବିପଦ ମାଡ଼ି ଆସୁଛି। ଏବେଠାରୁ ହାତୀ ପରି ଐତିହ୍ୟ ପ୍ରାଣୀଙ୍କୁ ସୁରକ୍ଷା ନ ଦେଲେ ଭବିଷ୍ୟତର ପିଲାମାନେ ଏହାକୁ କେବଳ ପଢ଼ାବହିରେ ପାଇବେ।

କବେଳ ଏତିକି ନୁହେଁ; ହାତୀ-ମଣିଷ ସଂଘର୍ଷ ବି ୧୧ ବର୍ଷ ମଧ୍ୟରେ ଶୀର୍ଷରେ ପହଞ୍ଚିଛି। ଲୋକେ ଜଙ୍ଗଲ କାଟି ବାସସ୍ଥଳୀ ଗଢ଼ୁଥିବା ବେଳେ ହାତୀମାନେ ବି ଏବେ ଖାଦ୍ୟ ଅନ୍ବେଷଣରେ ଜନବସତି ମୁହାଁ ହେଉଛନ୍ତି। ହାତୀ ସହ ସଂଘର୍ଷରେ ୧୧ ବର୍ଷ ୪ ମାସ ମଧ୍ୟରେ ରାଜ୍ୟରେ ୯୨୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬୯୨ ଜଣ ଆହତ ହୋଇଛନ୍ତି। ୧୯୯୦ରୁ ୨୦୦୦ ମସିହା ପର୍ଯ୍ୟନ୍ତ ପ୍ରତିବର୍ଷ ହାରାହାରି ୩୩ଟି ହାତୀଙ୍କ ମୃତ୍ୟୁ ହେଉଥିବା ବେଳେ ୨୦୦୧ରୁ ୨୦୧୦ ମଧ୍ୟରେ ହାରାହାରି ୪୬ଟି ହାତୀଙ୍କ ମୃତ୍ୟୁ ହେଉଥିଲା। ‌ତେବେ ଗତ ଏକ ଦଶନ୍ଧିରେ ପ୍ରତିବର୍ଷ ହାରାହାରି ୭୬ଟି ହାତୀ ମୃତ୍ୟୁମୁଖରେ ପଡ଼ୁଥିବା ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ହାତୀଙ୍କ ସୁରକ୍ଷା ପାଇଁ ବନ୍ୟପ୍ରାଣୀ ବିଶେଷଜ୍ଞମାନେ ବିଭିନ୍ନ ସମୟରେ ମୁଖ୍ୟମନ୍ତ୍ରୀ, ଜଙ୍ଗଲ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରୁଥିଲେ ମଧ୍ୟ କିଛି ବି ସୁଫଳ ମିଳୁନି। ତେଣୁ ହାତୀଙ୍କୁ ସୁରକ୍ଷା ପାଇଁ ରାଜ୍ୟ ସରକାର ବିଶେଷ ଧ୍ୟାନ ଦେବାକୁ ବିଶେଷଜ୍ଞମାନେ ନିବେଦନ କରିଛନ୍ତି।

ହରିଶ୍ଚନ୍ଦ୍ର ଯୋଜନା ଶୁଭାରମ୍ଭ୍ କଲେ ସରପଞ୍ଚ

ନବରଙ୍ଗପ୍ନର:ତେନ୍ତୁଳିଖୁଣ୍ଟି ବ୍ଲକ କାମତା ଗ୍ରାମ ପଞ୍ଚାୟତ ରେ ନୂତନ ଭାବେ, ବତୀ ଜାନୀ ସରପଞ୍ଚ ଦାଇତ୍ୱ ନେବା ପରେ ସେ ପଞ୍ଚାୟତ ର ଉନ୍ନତି ମୂଳକ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି।ସେ ଦେଇଥିବା ପ୍ରତିଶ୍ରୁତି ଗୋଟିଏ ପରେ ଗୋଟିଏ ସଫଳତା କରିଚାଲିଛନ୍ତି। ପଞ୍ଚାୟତ ରେ କୌଣସି ବୃଦ୍ଧ, ବୃଦ୍ଧା ବିଧବା, ବିକଳାଙ୍ଗ ସରକାରଙ୍କ ଯୋଜନାରେ ମାସିକଭତ୍ତା ପାଇବାରେ ବଞ୍ଚିତ ନ ହେବେ।ପଞ୍ଚାୟତ ର ପ୍ରତ୍ୟେକ ଜନ ଗହଳି ସ୍ଥାନ ରେ ଆଲୋକ ବ୍ୟବସ୍ତା କରଛନ୍ତି। ସରକାର ଙ୍କ ହରିଶ୍ଚନ୍ଦ୍ର ଯୋଜନାର କାର୍ଯ୍ୟ କାରୀ କରିଥିବା ବେଳେ ଏହି ପଞ୍ଚାୟତ ରେ ହିତାଧିକାରୀ ବଞ୍ଚିତ ହେଉଥିଲେ।ଏହାକୁ ତୁରନ୍ତ କାର୍ଯ୍ୟ କାରୀ କରିବାକୁ ପଞ୍ଚାୟତ ନିର୍ବାହୀ ଅଧିକାରୀ ଙ୍କୁ କହିଥିଲେ। ଗତ...

Prime Odisha May 25, 2022, 8:04 am     845 Views

ଥାନାର ଦ୍ବରାସ୍ଥ ହେଲେ ଗୋଲରୀଗୁଡା ଗ୍ରାମବାସୀ, ଜବରଦଖଲ ଓ ମଦ ବିକ୍ରିକୁ କଲେ ଘୋର ବିରୋଧ

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):ପୋଲିସ ଯଦି ଗିରଫ କରିବ ତେବେ ଗ୍ରାମର ସମସ୍ତ ଲୋକଙ୍କୁ ଗିରଫ , ନଚେତ ଗାଁରେ ମଦ ବିକ୍ରି ବନ୍ଦ କରୁ ! ଏମିତି କିଛି ନାରା ଦେଇ ଗ୍ରାମବାସୀ ବୈପାରିଗୁଡା ଥାନା କୁନ୍ଦୁରା ବ୍ଲକର ମସିଗାଁ ପଂଚାୟତ ଅନ୍ତର୍ଗତ ଗୋଲରୀଗୁଡା ଗ୍ରାମର ପୁରୁଷ, ମହିଳା ମାନଙ୍କ ସହିତ ଗ୍ରାମର ବୃଦ୍ଧବୃଦ୍ଧି ମାନେ ମଧ୍ୟ ଚାଲି ଚାଲି ବୈପାରିଗୁଡା ଥାନାରେ ଆଜି ପହଂଚିଛନ୍ତି ! ସେମାନେ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଗୋଲରୀଗୁଡା କୁନ୍ଦୁରା ରାସ୍ତା ଝଡଙ୍ଗା ଛକ ପାଖରେ ପ୍ରଫୁଲ ସ୍ବାଇଁ ନାମକ ଜଣେ ବ୍ୟକ୍ତି ଗାଁ ର ଜାଗା କୁ ଜବରଦଖଲ କରି ଘର ନିର୍ମାଣ କରିଥିବା ବେଳେ ଗୋଲରୀ ଗୁଡା ଗ୍ରାମବାସୀ ମାନେ ଏହାକୁ ବିରୋଧ କରିବା ରୁ ଉକ୍ତ ବ୍ୟକ୍ତି...

Prime Odisha May 11, 2022, 4:23 am     167 Views

ଏକ କ୍ୱିଣ୍ଟାଲରୁ ଊର୍ଦ୍ଧ୍ଵ ଗଞ୍ଜେଇ ସହ ୪ ଗିରଫ;ଗୋଟିଏ ବୋଲେର ଓ ୨ ବାଇକ ଜବତ

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନାକୁ ଆସିଥିବା ଡିଏସପି ବିରଞ୍ଚି ନାରାୟଣ ଜଗତ ଙ୍କ ନିର୍ଦ୍ଦେଶକ୍ରମେ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି । ପାପ୍ତ ସୂଚନା ଅନୁଯାୟୀ ବୈପାରିଗୁଡା ଥାନା ଅନ୍ତର୍ଗତ ଘୋଡାଘାଟ ଅଚଂଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ଖବର ମିଳିବା ପରେ ଡିଏସପି ବିରଞ୍ଚି ନାରାୟଣ ଜଗତ , ଥାନା ଆଇଆଇସି ଅଶ୍ବିନୀ କୁମାର ପଟ୍ଟନାୟକ ଏବଂ ଥାନା କର୍ମଚାରୀଙ୍କୁ ନେଇ ଏକ ଟିମ୍ ଗଠନ କରିବା ସହ ଘଟଣା ସ୍ଥଳରେ ପହଞ୍ଚି ଏକ କ୍ୱିଣ୍ଟାଲରୁ ଊର୍ଦ୍ଧ୍ଵ ଗଞ୍ଜେଇ ସହ ୪ ଜଣଙ୍କୁ ଗିରଫ କରିବାରେ ଏକ ବଡ ସଫଳ ହାସଲ କରିଛନ୍ତି । ସୂଚନା ମୁତାବକ ଛତିଶଗଡ ଅଞ୍ଚଳରୁ ଏକ ବୋଲେର ଗାଡି ନଂ cg 04 nm 1944 ଗାଡିରେ ୪ ...

Prime Odisha May 7, 2022, 4:42 am     482 Views

ହଳଦିଗୁଡା ଗ୍ରାମରେ ବାଲି ଯାତ୍ରା ଅନୁଷ୍ଠିତ

ନବରଙ୍ଗପୁର:ଝରିଗାଁ ବ୍ଲକ ଅନ୍ତର୍ଗତ ଡଙ୍ଗରିଗୁଡା ପଞ୍ଚାୟତ ହଲଦିଗୁଡା ଗ୍ରାମରେ ବାଲି ଯାତ୍ରା ଅନୁଷ୍ଠିତ ହୋଇ ଯାଇଛି। ଗ୍ରାମବାସୀ ଙ୍କ ମୁକ୍ତ ହସ୍ତରେ ଦାନ କରି ଥିବା ସହଯୋଗ ଯୋଗୁଁ ଉକ୍ତ ବାଲି ଯାତ୍ରା ଅନୁଷ୍ଠିତ ହୋଇ ଥିଲା। ବାଲି ଯାତ୍ରା ରେ ଦୁରଦୁରାନ୍ତର ରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଭକ୍ତ ବୃନ୍ଦ ଆସି ବାଲି ଯାତ୍ରା ଦର୍ଶନ କରିବା ସହ ଆଶୀର୍ବାଦ ନେଇଥିଲେ। ଏହି ଅବସରରେ ଦେବା ଦେବୀ ମାନଙ୍କ ପ୍ରତୀକ ଲାଠି, କୁର୍ଚି, ସିରା, ପୂଜାରୀ, ହଲଦିଗୁଡା ଗ୍ରାମ ର ସଦର ମହକୁମା ରେ ତା ୦୧/୦୨/୨୨ ବାଲି ଯାତ୍ରା ଆରମ୍ଭ ହୋଇ ଥିବା ବେଳେ ତା ୦୪/୦୫/୨୨ ରେ ଉକ୍ତ ଯାତ୍ରା ଶେଷ ହୋଇ ଯାଇଛି। ମାଁ ଙ୍କ ଯାତ୍ରା ରେ ବାଲି ମଣ୍ଡପ ବେଶ ଜନ ଗହଳି ଥିବା ବେଳେ ଭକ୍ତ ମାନଙ୍କ ମନୋରଞ...

Prime Odisha May 5, 2022, 12:28 pm     202 Views

ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ

ଜୟପୁର:ସରକାରୀ ଉଚ୍ଚ ବିଦ୍ୟାଳୟ ଜୟପୁରର ଜୁନିୟର ରେଡ଼କ୍ରସ ଶାଖା ତରଫରୁ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସିମାଞ୍ଚଳ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ଜିଲ୍ଲା ଜୁନିୟର ରେଡ଼କ୍ରସ ଅଧିକାରୀ ଯଜ୍ଞେଶ୍ବର ପଣ୍ଡା,ଜିଲ୍ଲା ଜୁନିୟର ରେଡ଼କ୍ରସ ସାଧନକର୍ମୀ ଶୁଭସ୍ମିତା ସାହୁ ଉପସ୍ଥିତ ରହି ଛାତ୍ର ଛାତ୍ରୀମାନଙ୍କୁ ମ୍ୟାଲେରିଆ ରୋଗର କାରଣ ଓ ନିରାକରଣ ବିଷୟରେ ଆଲୋକପାତ କରିବା ସହିତ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।ପରିଶେଷରେ ମ୍ୟାଲେରିଆ ରୋଗର ନିରାକରଣ ନିମନ୍ତେ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ମଧ୍ୟ ଅବଗତ କରାଇଥିଲେ। ରିପୋର୍ଟ:ସ...

Prime Odisha April 25, 2022, 9:34 am     592 Views

ଜୟପୁରରେ ଯୀଶୁ ଖ୍ରୀଷ୍ଟଙ୍କର ପୁନଃରଉଥାନ ସମ୍ବୀଳନ ଅନୁଷ୍ଠିତ

ଜୟପୁର:କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ସ୍ଥାନୀୟ ଜେ.ଇ.ଏଲ.ସି. ଜୁବୁଲି ଗ୍ରାଉଣ୍ଡ ଠାରେ ଯୀଶୁ ଖ୍ରୀଷ୍ଟଙ୍କର ପୁନଃରଉଥାନର ସମ୍ବୀଳନ ଅନୁଷ୍ଠିତ ହୋଇଥିଲା। ଅବିଭକ୍ତ କୋରାପୁଟ ଜିଲ୍ଲାର ଜେଇଏଲସି ଚର୍ଚ୍ଚର ଯୁବକ ଯୁବତୀ ଏବଂ ଛତିଶଗଡ଼ ରାଜ୍ୟର ଯୁବକ ଯୁବତୀ ମାନେ ଏହି ଖ୍ରୀଷ୍ଟଙ୍କର ପୁନଃଉଥାନ ସ୍ୱର ସମ୍ବୀଳନର ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏହି ଖ୍ରୀଷ୍ଟଙ୍କ ପୁନଃରଉଥାନ ସ୍ୱର ସମ୍ବୀଳନରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ ବିଭିନ୍ନ ଜିଲ୍ଲାରୁ ଆସିଥିବା ଯୁବଗୋଷ୍ଠୀ ମାନେ। ଏହି କାର୍ଯ୍ୟକ୍ରମର ଜୟପୁର ଇଭାଞ୍ଜଲିକାଲ୍ ଲୁଥରାନ ମଣ୍ଡଳୀ ତରଫରୁ ପରିଚାଳନା କରାଯାଇଥିଲା। ଏହି ସ୍ୱର ସମ୍ବୀଳନରେ ବାହାର ରାଜ୍ୟରୁ ମ...

Prime Odisha April 20, 2022, 12:28 pm     833 Views


Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.

Contact Us : [email protected]

More News

ଭୁବନେଶ୍ୱର(ପ୍ରାଇମ ଓଡିଶା ବ୍ୟୁରୋ):ବିଜେଡି ନେତାଙ୍କ ଗଣ ମାଧ୍ୟମ ପ୍ରତିନିଧିଙ୍କୁ ଚକମା ଦେଇ ଚାଲିଯାଉଥିବା ଭ...

ଭୁବନେଶ୍ବର(ପ୍ରାଇମ ଓଡିଶା ବ୍ୟୁରୋ):ଏକ ସୌଜନ୍ୟ ମୂଳକ ସାକ୍ଷାତ ଭାବରେ ଆଜି ବୋଲିଉଡ଼ ଅଭିନେତା ସୋନୁ ସୁଦ ମୁଖ୍...

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନା ଅଂଚଳରେ କିଛି ଦିନ ହେବ ସଡ...

POPULAR CATEGORY

ଦେଶ- ବିଦେଶ

ରାଜ୍ୟ

ଜିଲ୍ଲା

ରାଜନୀତି

ମନୋରଞ୍ଜନ

ପର୍ଯ୍ୟଟନ

ଖେଳ

ସ୍ୱାସ୍ଥ୍ୟ

ନୂତନ ଉଦ୍ୟୋଗ

ଶିକ୍ଷା

ବାଣିଜ୍ୟ

ରାଶିଫଳ

© All right reserved 2016
Disclaimer      Privacy      Advertisement      Contact Us