![]() ନବରଙ୍ଗପୁର:ଝରିଗାଁ ବ୍ଲକ୍ ସ୍ତରୀୟ ଜନଶୁଣାଣୀ ଶିବିର ଆଜି ଝରିଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଥିଲା। ଏଥିରେ ଝରିଗାଁ ପଞ୍ଚାୟତ ସମିତି ର ବିଭିନ୍ନ ଅଞ୍ଚଳ ରୁ ଜିଲ୍ଲାପାଳଙ୍କୁ ଭେଟି ନିଜର ତଥା ନିଜ ଅଞ୍ଚଳ ର ସମସ୍ୟା,ଆପତ୍ତି ଅଭିଯୋଗ ଜଣାଇ ବା ପାଇଁ ଆସିଥିବା ୩୩ ଜଣଙ୍କର ନାମ ପଞ୍ଜିକରଣ କରାଯାଇଥିଲା ସେଥି ମଧ୍ୟରୁ ୨୫ ଜଣଙ୍କର ବ୍ୟକ୍ତିଗତ ଆପତ୍ତି ଅଭିଯୋଗ ରହିଥିବାବେଳେ ୦୮ ଗୋଟି ଗୋଷ୍ଟି ଗତ ଥିଲା। ଏଥିରେ ପାନୀୟଜଳ, ସ୍ବାସ୍ଥ୍ୟ ସେବା, ପ୍ରଧାନମନ୍ତ୍ରୀ ଆବାସ, ବାର୍ଦ୍ଧକ୍ୟ ଭତ୍ତା,ଶିକ୍ଷା ବ୍ୟବସ୍ଥା,ରାସ୍ତା, ପୋଲ ନିର୍ମାଣ, ଜଙ୍ଗଲ ଜମି ପଟ୍ଟା, ବେସାମରିକ ଯୋଗାଣ ବ୍ୟବସ୍ଥା, ସାମାଜିକ,ପାରିବାରିକ ସମସ୍ୟା, ମଦଭାଟି ବନ୍ଦ କରିବା, କର୍ମ ନିଯୁକ୍ତି,ସାମାଜିକ ସୁରକ୍ଷା, ଜମିଜମା ସଂକ୍ରାନ୍ତୀୟ ଇତ୍ୟାଦି ଅନ୍ତର୍ଭୁକ୍ତ।ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର, ଲୋକଙ୍କର ସମସ୍ୟା, ବ୍ୟକ୍ତି ଗତ ଆପତ୍ତି, ଭିଯୋଗ ଜଣାଇ ବା ପାଇଁ ଆସିଥିବା ସମସ୍ତ ଜନସାଧରଣଙ୍କୁ ଭେଟି ତାଙ୍କର ଆପତ୍ତି ଅଭିଯୋଗ ଶୁଣାଣୀ କରିବା ସହିତ ସମସ୍ତ ଙ୍କ ଠାରୁ ଦରଖାସ୍ତ ଗ୍ରହଣ କରି ଏହାର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ତଥା ବ୍ଲକ୍ ସ୍ତରୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ନିଜ ନିଜ ସ୍ତରରେ ଲୋକଙ୍କର ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ସେବା ମନୋଭାବ ନେଇ କାମ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।ଏହି ଜନ ଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ. ସୁଶ୍ରୀ,ପ୍ରକଳ୍ପ ନିର୍ଦ୍ଦେଶକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା, ରତ୍ନାକର ସାହୁ, ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଅଭିମନ୍ୟୁ ମାଝୀ,ଜିଲ୍ଲା ଶିକ୍ଷା ଅଧିକାରୀ, ପ୍ରଦୀପ କୁମାର ନାଗ, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ, ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ, ସଞ୍ଜୀବ କୁମାର ସାହୁ, ଉପନିର୍ଦେଶକ କୃଷି ଉଦ୍ୟାନ ଭିଭାଗ ଡକ୍ଟର ପ୍ରଦୋଷ କୁମାର ପଣ୍ଡା, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଶିଶିର କୁମାର ପାଣି, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନୀଆଲ୍, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ,ସ୍ଵର୍ଣ୍ଣ ଲତା ବିଶ୍ୱାସ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, ସୁରେଶ କୁମାର ପଟ୍ଟନାୟକ, ଜିଲ୍ଲା କର୍ମ ନିୟୋଜନ ଅଧିକାରୀ ତତ୍ତ୍ଵ ମଶି ମହାପାତ୍ର,ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ, ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟ, ସଭ୍ୟା, ପଞ୍ଚାୟତ ସମିତି ଅଧ୍ୟକ୍ଷ,ଗୋଷ୍ଟି ଉନ୍ନୟନ ଅଧିକାରୀ, ତହସିଲଦାର, ପୋଲିସ ପ୍ରଶାସନ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ୩୯ଜଣ ଦିବ୍ୟାଙ୍ଗ ଙ୍କୁ ଟ୍ରା ଏ ସାଇକଲ,୦୭ ଜଣ ଦୀବ୍ୟାଙ୍ଗ ଙ୍କୁ ହୁଇଲଚୈର୍,୧୨ଜଣଙ୍କୁ ହେଆରିଂ ଆଡ୍,୦୨ ଜଣକୁ ଅନ୍ଧ ଛଡ଼ି ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର, ଆରକ୍ଷୀ ଅଧିକ୍ଷକ ଏସ. ସୁଶ୍ରୀ ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା। ରିପୋର୍ଟ:ରବିନାରାୟଣ ମହାନ୍ତି,ପ୍ରାଇମ୍ ଓଡିଶା ନିୟୁଜ |