BREAKING

ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ


ନବରଙ୍ଗପୁର:ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ୨୦୨୧-୨୨ ଆର୍ଥିକ ବର୍ଷର ୧ ଏପ୍ରିଲ ୨୦୨୧ ଠାରୁ ୩୧ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା, ସମନ୍ଵିତ ଶିଶୁ ବିକାଶ ଓ ମମତା ଯୋଜନା ସମ୍ବନ୍ଧୀୟ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଗୁଡିକ ଉପରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଏମଜିଏନଆରଇଜିଏସ ଯୋଜନା ସମ୍ପର୍କିତ ପ୍ରକଳ୍ପ ଗୁଡିକ ଉପରେ ଆଲୋଚନା ହୋଇଥିଲା | ଏହି ଯୋଜନାରେ ଜବକାର୍ଡ ଧାରି ଶ୍ରମିକ ମାନେ କେତେଦିନ କାର୍ଯ୍ୟ କରିଛନ୍ତି , ମଜୁରି ପାଇଛନ୍ତି କି ନାହିଁ ତାହାର ସମୀକ୍ଷା କରାଯାଇଥିଲା | ଏଥିରେ ଗତ ୨୦୨୧-୨୨ ଆର୍ଥିକ ବର୍ଷ ରେ ଏହି ଯୋଜନାରେ ମାର୍ଚ୍ଚ ୨୦୨୨ ସୁଧା ୧୯ କୋଟି ୫୨ ଲକ୍ଷ ୨ ହଜାର ଟଙ୍କା ଖର୍ଚ୍ଚ କରିବା ନିମନ୍ତେ ଲକ୍ଷ୍ୟଧାର୍ଯ୍ୟ ହୋଇଥିବା ବେଳେ ଏଥିରୁ ସଂମ୍ପୂର୍ଣ୍ଣ ଅର୍ଥ ବ୍ୟୟ କରାଯାଇଛି | ମାର୍ଚ୍ଚ ୨୦୨୨ ସୁଧା ୭ ଲକ୍ଷ ୩୯ ହଜାର ୭୯୫ ଟି କାର୍ଯ୍ୟ ଦିବସ ୭ ଲକ୍ଷ ୩୯ ହଜାର ୭୯୫ ଟି କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଥିଲା | ଏଥିରେ ୧୫ ହଜାର ୨୨୪ ଟି ପରିବାର କୁ ପଞ୍ଜୀକୃତ ହୋଇଥିବା ବେଳେ ୧୫ ହଜାର ୨୦୦ ଟି ପରିବାରକୁ କାର୍ଯ୍ୟ ଯୋଗାଇ ଦିଆଯାଇଛି | ୧ ଏପ୍ରିଲ ୨୦୨୧ ଠାରୁ ୩୧ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ମୋଟ ୨୦୯୧ ପରିବାର କୁ ୧୦୦ ଦିନ ର କାର୍ଯ୍ୟ ପୂରଣ କରିଛନ୍ତି | ଏଥିରେ ମୋଟ ୧୫୨୦ ଟି ପ୍ରକଳ୍ପ ରୁ ୧୧୯୮ ଟି ପ୍ରକଳ୍ପ ସଂପୂର୍ଣ୍ଣ କରାଯାଇ ଥିବା ଏହି ଜନଶୁଣାଣି ରେ ଉପସ୍ଥାପିତ କରାଯାଇଥିଲା | ଏଥିରେ ମମତା ଯୋଜନା ଉପରେ ଆଲୋଚନା କରିଥିବା କୌଣସି ଅଙ୍ଗନ ୱାଡି କର୍ମୀ ମାନେ କୌଣସି ରେକର୍ଡ ଓ ରେଜିଷ୍ଟର ଦେଖାଇପାରିନଥିଲେ ଏବଂ ଅଣ୍ଡା ଓ ଛତୁଆ ଭଳି ପୁଷ୍ଟି ପରିପୂରକ ଖାଦ୍ୟ କମ ପରିମାଣର ବଣ୍ଟନ, ଅଙ୍ଗନ ୱାଡି ଖୋଲା ନଯିବା ଭଳି ତୃଟି ଥିବା ଯୋଗୁଁ ସମାଧାନ ପାଇଁ ଚେଷ୍ଟା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା | ଏହି ଜନଶୁଣାଣି କମିଟି ପାଖରେ ଜିଲ୍ଲା ମୃତ୍ତିକା ସଂରକ୍ଷଣ ବିଭାଗର ଅଧିକାରୀ ସଠିକ ତଥ୍ୟ ଦେଇ ନଥିବାରୁ କମିଟିରେ ଅସନ୍ତୋଷ ପ୍ରକାଶ ପାଇଥିଲା | ଜିଲ୍ଲା ଆଦିବାସୀ ଉନ୍ନୟନ ସଂସ୍ଥା ର କୌଣସି ଅଧିକାରୀ ଆସି ନଥିଲେ | ଏଥିରେ ନବରଙ୍ଗପୁର ଜିଲ୍ଲା ସାମାଜିକ ସମୀକ୍ଷକ ବୈବସୂତ ଚାଲାଣ ଉପସ୍ଥିତ ସରକାରୀ କର୍ମଚାରୀଙ୍କୁ ସାମାଜିକ ସମୀକ୍ଷାରେ ଦେଖାଯାଇଥିବା ତ୍ରୁଟି ଗୁଡିକ ଯେପରି ଭବିଷ୍ୟତରେ ପୁନରାବୃତ୍ତି ନହୁଏ ସେଥି ପ୍ରତି ଦୃଷ୍ଟି ଦେଇ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ | ଏହାସହ ଜିଲ୍ଲା ଆଦିବାସୀ ଉନ୍ନୟନ ସଂସ୍ଥା ର କୌଣସି ଅଧିକାରୀ ନଆସିବା ଓ ଜିଲା ମୃତ୍ତିକା ସଂରକ୍ଷଣ ବିଭାଗର ଅଧିକାରୀ କମିଟି ପାଖରେ ସଠିକ ତଥ୍ୟ ଉପସ୍ଥାପନ କରିନଥିବାରୁ ଏହି ଉପରେ କାର୍ଯ୍ୟ|ନୁଷ୍ଠାନ ଗ୍ରହଣ ପାଇଁ ଜିଲାପାଳଙ୍କୁ ଜଣାଇବା ପାଇଁ ବିଡିଓଙ୍କୁ ପରାମର୍ଶ ଦିଆଯାଇଥିଲା | ଏଥିରେ ବିଡିଓ ଶରତ ମାଝି, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲ୍ଲା ପରିଷଦ ସଭ୍ୟ ଜୋନ-୧ ଧନସିଂ ଭତ୍ରା ଓ ଜୋନ-୨ ଗୁପ୍ତ ବିଶୋୟୀ, ଜନ ଶୁଣାଣୀ କମିଟି ସଭ୍ୟ ପ୍ରଜ୍ଞାରଞ୍ଜନ ପରିଡା, ସହକାରୀ ନିର୍ବାହୀ ଯନ୍ତ୍ରୀ ମାନସ କୁମାର ନେଟୀ, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ପୂର୍ଣ୍ଣବାସ ନାୟକ, ବନପାଳ ମଧୁସୂଦନ ପାତ୍ର, ବ୍ଲକ ସାମାଜିକ ସମୀକ୍ଷକ ଶାରଦା ତ୍ରିପାଠୀ, ଗ୍ରାମ ପଞ୍ଚାୟତ ସଂମ୍ପ୍ରସାରଣ ଅଧିକାରୀ ଏ.ଡି ପ୍ରସାଦ, କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ଚୌଧୁରୀ ଓ ବ୍ରହ୍ମଦତ୍ତ ସାହୁ, ବନରକ୍ଷୀ ପ୍ରକାଶ ସରକାର, ଉଦ୍ୟାନ କର୍ମଚାରୀ ଜଗଦୀଶ ତରାସିଆ, ସମସ୍ତ ସରପଞ୍ଚ , ସମିତି ସଭ୍ୟ/ ସଭ୍ୟା , ପଞ୍ଚାୟତ ନିର୍ବାହୀ ଅଧିକାରୀ , ଗ୍ରାମ ରୋଜଗାର ସେବକ/ ସେବିକା ଓ ଜବ କାର୍ଡ ଧାରୀ ଶ୍ରମିକ ମାନେ ଯୋଗଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ଏମଜିଏନଆରଇଜିଏସ ସହାୟକ ବିଦ୍ୟାଧର ବିଶୋଇ ପରିଚାଳନା କରିଥିଲେ |
ରିପୋର୍ଟ୍ ରବି ନାରାୟଣ ମହାନ୍ତି ପ୍ରାଇମ୍ ଓଡିଶା ନିଉଜ୍।

ବ୍ଲକସ୍ତରୀୟ ବିଜ୍ଞାନ ମେଳା : ଅନ୍ଧାର ଗୃହ ଭିତରେ ପ୍ରଦର୍ଶିତ ହେଲା ୭୯ ଟି ପ୍ରକଳ୍ପ

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):କେଉଁ ଠି ଆଲୁଅ ଅଛି ତ କେଉଁ ଠି ଅଳ୍ପ ଟିକେ ଅନ୍ଧାର ଶ୍ରେଣୀ ଗୃହ ଭିତରେ ପାଳିତ ହୋଇଛି ବିଜ୍ଞାନ ମେଳା । ବିଭିନ୍ନ ପ୍ରକାର ପ୍ରକଳ୍ପ ରହିଥିବା ବେଳେ ଦେଖିବା ପାଇଁ ନାହିଁନ୍ତି ସାଧାରଣ ଜନତା । ବିଦ୍ୟାଳୟର ୬ ଟି ଶ୍ରେଣୀ ଗୃହ ଭିତରେ ବିଜ୍ଞାନ ମେଳା ଚାଲିଥିବା ବେଳେ ପଛ ପଟେ ରହିଥିବା ରୁମ୍ ଗୁଡିକର ଝରକା ବନ୍ଦ ରହିବା ସହିତ ଶ୍ରେଣୀ ଗୃହ ଭିତରେ ବଲ୍ ନ ଲଗାଯାଇ ଥିବାରୁ ଯୋଗୁଁ ଅଳ୍ପ ଆଲୋକିତ ଭିତରେ ଛାତ୍ରଛାତ୍ରୀ ମାନେ ସେମାନଙ୍କ ପ୍ରକଳ୍ପ ପ୍ରଦର୍ଶର୍ିର୍ତ କରିଥିବାର ଦେଖିବାକୁ ମିଳିଛି । ଏମିତି କିଛି ଦୁଶ୍ୟ ଆଜି ଦେଖିବାକୁ ମିଳିଛି ବୈପାରିଗୁଡା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ଠାରେ ଆୟୋଜିତ ହୋଇଥିବା ...

Prime Odisha December 7, 2022, 10:50 am     391 Views

ବ୍ଲକ ସ୍ତରୀୟ ପରବ ଉଦ୍‌ଯାପିତ, ଅଧିକାରୀ, ନେତାଙ୍କ ଢେମସା ନାଚରେ ଦୁଲୁକିଲା ମଂଚ

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକ ସ୍ତରୀୟ ପରବ ୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିବା ବେଳେ ପରବ ମଂଚରେ ସରକାରୀ କର୍ମଚାରୀ, ନେତା ଓ ଗ୍ରାମବାସୀ ମାନେ ଏକତ୍ର ହୋଇ ଆଦିବାସୀ ଗୀତ ସହିତ ଢେମସା ନାଚରେ ନାଚିଥିବାର ଦେଖିବାକୁ ମିଳିଛି । ଗ୍ରାମର ଅଧିଷ୍ଠାତ୍ରୀ ମାଁ ବିରଖମ୍ବ ପୋଲ ପାଖରୁ ସକାଳେ ମଶାଲ ଶୋଭାଯାତ୍ରା ଆସିବା ପରେ ବ୍ଲକ ପରିସର ଭିତରେ ସ୍ୱାଗତ କରାଯାଇ ସ୍ଥାପନ କରାଯାଇଥିଲା । ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ କୋରାପୁଟ ବିଧାୟକ ରଘୁରାମ ପଡାଲ, ସମ୍ମାନୀତ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷା ସସ୍ମିତା ମେଲେକା ଙ୍କ ସହିତ ବ୍ଲକର ସମସ୍ତ ଲୋକ ପ୍ରତିନିଥି ସମସ୍ତ ଦଳୀୟ ନେତୃବୃନ୍ଦ ଉପସ୍ଥି...

Prime Odisha December 7, 2022, 12:38 pm     428 Views

ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାର ସମୀକ୍ଷା ବୈଠକ ଓ ଜନ ଶୁଣାଣି

ଭୁବନ:ଢେଙ୍କାନାଳ ଜିଲ୍ଲା ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ସଭା ଗୃହ ମଧ୍ୟରେ ଲୋକ ମାନଙ୍କୁ ନେଇ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାର ସମୀକ୍ଷା ବୈଠକ ଓ ଜନ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଏହି ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ମଧ୍ୟରେ 2020/21 ଆର୍ଥିକ ବର୍ଷ ରେ କାର୍ଯକାରୀ ହୋଇଥିବା ସହରାଞ୍ଚଳ ଆବାସ ଯୋଜନାର ସମୀକ୍ଷା ଓ ଜନ ଶୁଣାଣି ଦୁଇ ଦିନ ଧରି ଚାଲିଥିଲା । ସ୍ବାଧିନ ସମୀକ୍ଷା କାର୍ଯ୍ୟ କାରୀ ସଂସ୍ଥା ଓ ଲାଇଫ ଏକାଡେମି ଅଫ ଭୋକେସେନାଲ ସଂସ୍ଥା ଦ୍ୱାରା ଏହି ଜନ ଶୁଣାଣି ହୋଇ ଥିଲା । ସମସ୍ତ 15 ଗୋଟି ୱାର୍ଡ ର କାଉନସିଲର , ସମସ୍ତ ଗ୍ରୁପ , ସ୍ଵଛା ସେବୀ ସଂସ୍ଥା ଓ ସାଧାରଣ ଲୋକ ମାନଙ୍କୁ ନେଇ ଜନ ଶୁଣାଣି କରିଥିଲେ । ଏହା କରିବାର ମୁଖ୍ୟ ଲକ୍ଷ୍ୟ ଥିଲା କି ଘର ପାଇଥିବା ହିତ...

Prime Odisha December 4, 2022, 11:18 am     354 Views

ସଡକ ଦୁର୍ଘଟଣାରେ ଚାରି ମୃତ

ନବରଙ୍ଗପୁର(ଉମାସଙ୍କର ସାହୁ):ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ଥାନା ସରାଗୁଡ଼ା ନିକଟରେ ଭାରସାମ୍ୟ ହରାଇ ଗଛକୁ ପିଟିଲା କାର,ଘଟଣା ସ୍ଥଳରେ ତିନି ଜଣ ଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଥିଲେ।ଗୁରୁତର ମାନଙ୍କୁ ଚିକିତ୍ସା ପାଇଁ କୋରାପୁଟ ପଠାଯାଇଥିଲା କିନ୍ତୁ ସେଠାରେ ଆଉ ଜଣେ ମୃତ୍ୟୁ ବରଣ କରିଛନ୍ତି।ମୃତ୍ୟୁ ବରଣ କରିଥିବା ତିନି ଜଣ ନବରଙ୍ଗପୁର ସହର ଗାଦୁଆଗୁଡ଼ା ର ଏମଡି ସଦାମ, ରବିନ ହିଆଲ ଓ ସବନ ହିଆଲ୍। ଗୁରୁତୁର ଦୁଇ ଜଣ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ କୁ ସ୍ଥାନାନ୍ତର କରାଯାଇଥିଲା ଚିକିତ୍ସା ଚାଲିଥିବା ସମୟରେ ଜଣ ଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ସୂଚନା ଅନୁଯାୟୀ ଚାରି ଜଣଙ୍କର ମୃତ୍ୟୁ ହୋଇଥିବା ଜଣା ପଡ଼ିଛି ବିଳମ୍...

Prime Odisha December 4, 2022, 11:15 am     966 Views

ବ୍ଳକ ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):ବୈପାରିଗୁଡା ବ୍ଲକର ବିଭିନ୍ନ ବିଦ୍ଯାଳୟର ଦିବ୍ଯାଙ୍କ ଛାତ୍ରଛାତ୍ରୀ ମାନଙ୍କୁ ନେଇବ୍ଲକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇ ଯାଇଛି।ବୈପାରିଗୁଡା ଅଂଚଳର ଜଣାସୁଣା ସ୍ବେଚ୍ଛାସେବୀ ନଟବର ପଟ୍ଟନାୟକଙ୍କ ସଭାପତିତ୍ୱ ରେ ଅନୁଷ୍ଟିତ କାର୍ଯ୍ଯକ୍ରମରେ ବିଡିଓ ଅଭିମନ୍ଯୁ କବି ଶତପଥି, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କାର୍ତ୍ତିକ ପାଢୀ, ବ୍ଲକ ଅଧ୍ଯକ୍ଷ ପ୍ରଶାନ୍ତ କୁମାର ଗୁପ୍ତା, ଉପାଧ୍ଯକ୍ଷ ପୂର୍ଣ୍ଣମା ବାରିକ, ବୈପାରିଗୁଡା ସମିତିସଭ୍ଯା ମଞ୍ଜୁଲତା ପଟ୍ଟନାୟକ, ଅତିରିକ୍ତି ଗୋଷ୍ଠୀ ଶିକ୍ଷାଅଧିକାରୀ କନକମଞ୍ଜୁରୀ ଭତ୍ରାଙ୍କ ସହିତ ସିଆରସିସି ଓ କିଛି ବିଦ୍ଯାଳୟର ଶିକ୍ଷକ ମାନେ ଯୋଗଦା...

Prime Odisha December 4, 2022, 11:12 am     892 Views

ଦାବି ହାସଲ ପାଇଁ ରାଜରାସ୍ତାରେ ରାଲି:ଗର୍ଜିଲେ ବୈପାରିଗୁଡା ବ୍ଲକ ଗଣ ଶିକ୍ଷକ ଓ ପ୍ରାଥମିକ ଶିକ୍ଷକ ଏକ୍ସ କ୍ୟାଡର ସଂଘ

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ପ୍ରଦାନ କରୁଥିବା ଶିକ୍ଷକ ଏବେ ରାଜରାସ୍ତାରେ ରାଲି କରି ସରକାରଙ୍କ ନିକଟରେ ନିଜ ହକ ଦାବି ପାଇଁ ଲଢେଇ କରୁଥିବା ଭଳି ଦୁଶ୍ୟ ଆଜି ଦେଖିବାକୂୁ ମିଳିଛି ବୈପାରିଗୁଡା ଠାରେ । ବ୍ଲକ ଗଣ ଶିକ୍ଷକ ପ୍ରାଥମିକ ଶିକ୍ଷକ ଏକ୍ସ କ୍ୟାଡର ସଂଘଙ୍କ ପ୍ରତି ସରକାରଙ୍କ ବୈମାତୃକ ମନୋଭାବ ଓ ଅନ୍ୟାୟ ପ୍ରତିବାଦ କରି ୮ ଦଫା ଦାବି ନେଇ ରାଜରାସ୍ତାରେ ରାଲି କରି ଗର୍ଜିଛନ୍ତି ଶିକ୍ଷକ ସଂଘର ସଦସ୍ୟ ମାନେ । ଏକ୍ସ କ୍ୟାଡର ବୈପାରିଗୁଡା ବ୍ଲକ ସଂଘ ସଭାପତି ଏସ.ଶ୍ରୀଧର ରାଓ ଓ ସମ୍ପାଦକ ସୁରେଶ ପାତ୍ରଙ୍କ ଆବାହନରେ ଶତାଧିକ ଏକ୍ସ କ୍ୟାଡର ଶିକ୍ଷକ କର୍ମକର୍ତିା ମାନେ ଏହି କାର୍ଯ୍ୟକ୍ରମରେ ସାମି...

Prime Odisha December 4, 2022, 11:07 am     186 Views


Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.

Contact Us : [email protected]

More News

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):କେଉଁ ଠି ଆଲୁଅ ଅଛି ତ କେଉଁ ଠି ଅଳ୍ପ ଟିକେ ଅନ୍ଧାର ଶ୍ରେଣୀ ଗୃହ ଭ...

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକ ସ୍ତରୀୟ ପରବ ୨୦୨୨ କାର୍ଯ୍...

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):ବ୍ଲକ ପ୍ରଶାସନ ପକ୍ଷରୁ ସ୍ଥାନୀୟ ପଂଚାୟତ ସମିତି କାର୍ଯ୍ୟାଳୟ ପ...

POPULAR CATEGORY

ଦେଶ- ବିଦେଶ

ରାଜ୍ୟ

ଜିଲ୍ଲା

ରାଜନୀତି

ମନୋରଞ୍ଜନ

ପର୍ଯ୍ୟଟନ

ଖେଳ

ସ୍ୱାସ୍ଥ୍ୟ

ନୂତନ ଉଦ୍ୟୋଗ

ଶିକ୍ଷା

ବାଣିଜ୍ୟ

ରାଶିଫଳ

© All right reserved 2016
Disclaimer      Privacy      Advertisement      Contact Us