BREAKING

ନବରଙ୍ଗପୁର ନିର୍ବାଚନ ମଣ୍ଡଳୀ ବିଜେଡ଼ି ପକ୍ଷରୁ ରକ୍ତଦାନ ଶିବିର


ନବରଙ୍ଗପୁର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜିନ୍ମଦିବସ ଅବସରରେ ନବରଂଗପୁର ନିର୍ବାଚନ ମଣ୍ଡଳୀର ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ନବରଂଗପୁର ସ୍ଥିତ ସାଇ କଲ୍ୟାଣ ମଣ୍ଡପ ପରିସରରେ ଆଜି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ନବରଙ୍ଗପୁର ଜିଲ୍ଲାର ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଶ୍ରୀ ଶିବାନନ୍ଦ ବିଷୋୟୀ ଙ୍କ ସଂଯୋଜନା ରେ ନବରଂଗପୁର ବିଧାୟକ ଶ୍ରୀ ସଦାଶିବ ପ୍ରଧାନୀ ମୁଖ୍ୟ ଅତିଥି ଭାବ ଯୋଗ ଦେଇ ଶିବିରର ଉଦ୍ଘାଟନ କରି ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଯୋଜନା ବର୍ଡ ଅଧକ୍ଷ ତଥା ଡାବୁଗାଁଲୋକପ୍ରିୟ ବିଧାୟକ ଶ୍ରୀ ମନୋହର ରନ୍ଧାରି ଶିବିର ରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।ଉକ୍ତ କାର୍ଯ୍ୟକ୍ରମରେ ଯୁବ ବିଜେଡ଼ି ତରଫରୁ ନବରଂଗପୁର ଯୁବ ନଗର ସଭାପତି ଶ୍ରୀ ସୂର୍ଯ୍ୟକାନ୍ତ ଲେଙ୍କା, ପି: ପୁରୁଷୋତ୍ତମ ରାଓ, ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ ତ୍ରିନାଥ ଭଟ୍ଟ , ଓ ଅନ୍ୟାନ୍ୟ ବିଜୁ ଜନତା ଦଳରେ ଯୁବ ଓ ଛାତ୍ର ନେତା ମାନେ ଅଂଶଗରହଣ କରି ୭୦ରୁ ଊର୍ଧ୍ଵ ୟୁନିଟ ରକ୍ତ ଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଜୁ ଯୁବ ଜନତା ଦଳର କୋରାପୁଟ ଜୋନ ସଭାପତି ଶ୍ରୀ ତାପସ ତ୍ରୀପାଠୀ, ବିଜୁ ଜନତା ଦଳର ଜିଲ୍ଲା ସାଧାରଣ ସମ୍ପାଦକ ଶ୍ରୀ ରବି ପଟ୍ଟନାୟକ ଓ ଶ୍ରୀ ଆଶିଷ ରଂଜନ ପଟନାୟକ, ବିଜୁ ଜନତା ଦଳର ବରିଷ୍ଠ ନେତା ମିଟୁ ପାତ୍ର, ନବରଂଗପୁର ଉପ-ପୌରାଧକ୍ଷା ଶ୍ରୀମତୀ ସୌମ୍ୟ ମହାପାତ୍ର,ନଗର ସଭାପତି ଶ୍ରୀ ପ୍ରମୋଦ ରଥ, ଜିଲ୍ଲା ବିଜୁ ଯୁବ ଜନତା ଦଳର ଉପସଭାପତି ଶ୍ରୀ ସଞ୍ଜୀବ ନନ୍ଦ, ଶ୍ରୀ ହେମାନନ୍ଦ ବିଷୋୟୀ, ନୀଳ ମାଧବ ପାତ୍ର, ରାଜ୍ୟ ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରୀ ସଭାପତି ଶ୍ରୀ ଦିଲୁ ପଣ୍ଡା, ରଜ୍ୟ ଛାତ୍ର ଜନତା ଦଳର ସମ୍ପାଦକ ସୁମିତ ପୂଜାରୀ, ଛାତ୍ର ନେତା ସୁମିତ ପାଳ, ଯୁବ ନେତା ସ୍ଵାଧୀନ ପଣ୍ଡା, ଛାତ୍ର ନେତା ଅବିନାଶ ମହାପାତ୍ର ପ୍ରମୁଖ ଅନେକ ଜିଲ୍ଲା ସ୍ତରୀୟ ନେତା ଯୋଗଦେଇ ସ୍ଵ ଇଚ୍ଛାରେ ରକ୍ତ ଦାନ କରୁଥିବା ରକ୍ତ ଦାତାଙ୍କୁ ଉତ୍ସାହିତ କରିଥିଲେ।

ରିପୋର୍ଟ୍:ରବିନାରାୟଣ ମହାନ୍ତି,ପ୍ରାଇମ୍ ଓଡିଶା ନିଉଜ୍

ବ୍ଲକସ୍ତରୀୟ ବିଜ୍ଞାନ ମେଳା : ଅନ୍ଧାର ଗୃହ ଭିତରେ ପ୍ରଦର୍ଶିତ ହେଲା ୭୯ ଟି ପ୍ରକଳ୍ପ

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):କେଉଁ ଠି ଆଲୁଅ ଅଛି ତ କେଉଁ ଠି ଅଳ୍ପ ଟିକେ ଅନ୍ଧାର ଶ୍ରେଣୀ ଗୃହ ଭିତରେ ପାଳିତ ହୋଇଛି ବିଜ୍ଞାନ ମେଳା । ବିଭିନ୍ନ ପ୍ରକାର ପ୍ରକଳ୍ପ ରହିଥିବା ବେଳେ ଦେଖିବା ପାଇଁ ନାହିଁନ୍ତି ସାଧାରଣ ଜନତା । ବିଦ୍ୟାଳୟର ୬ ଟି ଶ୍ରେଣୀ ଗୃହ ଭିତରେ ବିଜ୍ଞାନ ମେଳା ଚାଲିଥିବା ବେଳେ ପଛ ପଟେ ରହିଥିବା ରୁମ୍ ଗୁଡିକର ଝରକା ବନ୍ଦ ରହିବା ସହିତ ଶ୍ରେଣୀ ଗୃହ ଭିତରେ ବଲ୍ ନ ଲଗାଯାଇ ଥିବାରୁ ଯୋଗୁଁ ଅଳ୍ପ ଆଲୋକିତ ଭିତରେ ଛାତ୍ରଛାତ୍ରୀ ମାନେ ସେମାନଙ୍କ ପ୍ରକଳ୍ପ ପ୍ରଦର୍ଶର୍ିର୍ତ କରିଥିବାର ଦେଖିବାକୁ ମିଳିଛି । ଏମିତି କିଛି ଦୁଶ୍ୟ ଆଜି ଦେଖିବାକୁ ମିଳିଛି ବୈପାରିଗୁଡା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ଠାରେ ଆୟୋଜିତ ହୋଇଥିବା ...

Prime Odisha December 7, 2022, 10:50 am     369 Views

ବ୍ଲକ ସ୍ତରୀୟ ପରବ ଉଦ୍‌ଯାପିତ, ଅଧିକାରୀ, ନେତାଙ୍କ ଢେମସା ନାଚରେ ଦୁଲୁକିଲା ମଂଚ

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକ ସ୍ତରୀୟ ପରବ ୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିବା ବେଳେ ପରବ ମଂଚରେ ସରକାରୀ କର୍ମଚାରୀ, ନେତା ଓ ଗ୍ରାମବାସୀ ମାନେ ଏକତ୍ର ହୋଇ ଆଦିବାସୀ ଗୀତ ସହିତ ଢେମସା ନାଚରେ ନାଚିଥିବାର ଦେଖିବାକୁ ମିଳିଛି । ଗ୍ରାମର ଅଧିଷ୍ଠାତ୍ରୀ ମାଁ ବିରଖମ୍ବ ପୋଲ ପାଖରୁ ସକାଳେ ମଶାଲ ଶୋଭାଯାତ୍ରା ଆସିବା ପରେ ବ୍ଲକ ପରିସର ଭିତରେ ସ୍ୱାଗତ କରାଯାଇ ସ୍ଥାପନ କରାଯାଇଥିଲା । ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ କୋରାପୁଟ ବିଧାୟକ ରଘୁରାମ ପଡାଲ, ସମ୍ମାନୀତ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷା ସସ୍ମିତା ମେଲେକା ଙ୍କ ସହିତ ବ୍ଲକର ସମସ୍ତ ଲୋକ ପ୍ରତିନିଥି ସମସ୍ତ ଦଳୀୟ ନେତୃବୃନ୍ଦ ଉପସ୍ଥି...

Prime Odisha December 7, 2022, 12:38 pm     347 Views

ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାର ସମୀକ୍ଷା ବୈଠକ ଓ ଜନ ଶୁଣାଣି

ଭୁବନ:ଢେଙ୍କାନାଳ ଜିଲ୍ଲା ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ସଭା ଗୃହ ମଧ୍ୟରେ ଲୋକ ମାନଙ୍କୁ ନେଇ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାର ସମୀକ୍ଷା ବୈଠକ ଓ ଜନ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଏହି ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ମଧ୍ୟରେ 2020/21 ଆର୍ଥିକ ବର୍ଷ ରେ କାର୍ଯକାରୀ ହୋଇଥିବା ସହରାଞ୍ଚଳ ଆବାସ ଯୋଜନାର ସମୀକ୍ଷା ଓ ଜନ ଶୁଣାଣି ଦୁଇ ଦିନ ଧରି ଚାଲିଥିଲା । ସ୍ବାଧିନ ସମୀକ୍ଷା କାର୍ଯ୍ୟ କାରୀ ସଂସ୍ଥା ଓ ଲାଇଫ ଏକାଡେମି ଅଫ ଭୋକେସେନାଲ ସଂସ୍ଥା ଦ୍ୱାରା ଏହି ଜନ ଶୁଣାଣି ହୋଇ ଥିଲା । ସମସ୍ତ 15 ଗୋଟି ୱାର୍ଡ ର କାଉନସିଲର , ସମସ୍ତ ଗ୍ରୁପ , ସ୍ଵଛା ସେବୀ ସଂସ୍ଥା ଓ ସାଧାରଣ ଲୋକ ମାନଙ୍କୁ ନେଇ ଜନ ଶୁଣାଣି କରିଥିଲେ । ଏହା କରିବାର ମୁଖ୍ୟ ଲକ୍ଷ୍ୟ ଥିଲା କି ଘର ପାଇଥିବା ହିତ...

Prime Odisha December 4, 2022, 11:18 am     822 Views

ସଡକ ଦୁର୍ଘଟଣାରେ ଚାରି ମୃତ

ନବରଙ୍ଗପୁର(ଉମାସଙ୍କର ସାହୁ):ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ଥାନା ସରାଗୁଡ଼ା ନିକଟରେ ଭାରସାମ୍ୟ ହରାଇ ଗଛକୁ ପିଟିଲା କାର,ଘଟଣା ସ୍ଥଳରେ ତିନି ଜଣ ଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଥିଲେ।ଗୁରୁତର ମାନଙ୍କୁ ଚିକିତ୍ସା ପାଇଁ କୋରାପୁଟ ପଠାଯାଇଥିଲା କିନ୍ତୁ ସେଠାରେ ଆଉ ଜଣେ ମୃତ୍ୟୁ ବରଣ କରିଛନ୍ତି।ମୃତ୍ୟୁ ବରଣ କରିଥିବା ତିନି ଜଣ ନବରଙ୍ଗପୁର ସହର ଗାଦୁଆଗୁଡ଼ା ର ଏମଡି ସଦାମ, ରବିନ ହିଆଲ ଓ ସବନ ହିଆଲ୍। ଗୁରୁତୁର ଦୁଇ ଜଣ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ କୁ ସ୍ଥାନାନ୍ତର କରାଯାଇଥିଲା ଚିକିତ୍ସା ଚାଲିଥିବା ସମୟରେ ଜଣ ଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ସୂଚନା ଅନୁଯାୟୀ ଚାରି ଜଣଙ୍କର ମୃତ୍ୟୁ ହୋଇଥିବା ଜଣା ପଡ଼ିଛି ବିଳମ୍...

Prime Odisha December 4, 2022, 11:15 am     470 Views

ବ୍ଳକ ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):ବୈପାରିଗୁଡା ବ୍ଲକର ବିଭିନ୍ନ ବିଦ୍ଯାଳୟର ଦିବ୍ଯାଙ୍କ ଛାତ୍ରଛାତ୍ରୀ ମାନଙ୍କୁ ନେଇବ୍ଲକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇ ଯାଇଛି।ବୈପାରିଗୁଡା ଅଂଚଳର ଜଣାସୁଣା ସ୍ବେଚ୍ଛାସେବୀ ନଟବର ପଟ୍ଟନାୟକଙ୍କ ସଭାପତିତ୍ୱ ରେ ଅନୁଷ୍ଟିତ କାର୍ଯ୍ଯକ୍ରମରେ ବିଡିଓ ଅଭିମନ୍ଯୁ କବି ଶତପଥି, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କାର୍ତ୍ତିକ ପାଢୀ, ବ୍ଲକ ଅଧ୍ଯକ୍ଷ ପ୍ରଶାନ୍ତ କୁମାର ଗୁପ୍ତା, ଉପାଧ୍ଯକ୍ଷ ପୂର୍ଣ୍ଣମା ବାରିକ, ବୈପାରିଗୁଡା ସମିତିସଭ୍ଯା ମଞ୍ଜୁଲତା ପଟ୍ଟନାୟକ, ଅତିରିକ୍ତି ଗୋଷ୍ଠୀ ଶିକ୍ଷାଅଧିକାରୀ କନକମଞ୍ଜୁରୀ ଭତ୍ରାଙ୍କ ସହିତ ସିଆରସିସି ଓ କିଛି ବିଦ୍ଯାଳୟର ଶିକ୍ଷକ ମାନେ ଯୋଗଦା...

Prime Odisha December 4, 2022, 11:12 am     715 Views

ଦାବି ହାସଲ ପାଇଁ ରାଜରାସ୍ତାରେ ରାଲି:ଗର୍ଜିଲେ ବୈପାରିଗୁଡା ବ୍ଲକ ଗଣ ଶିକ୍ଷକ ଓ ପ୍ରାଥମିକ ଶିକ୍ଷକ ଏକ୍ସ କ୍ୟାଡର ସଂଘ

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ପ୍ରଦାନ କରୁଥିବା ଶିକ୍ଷକ ଏବେ ରାଜରାସ୍ତାରେ ରାଲି କରି ସରକାରଙ୍କ ନିକଟରେ ନିଜ ହକ ଦାବି ପାଇଁ ଲଢେଇ କରୁଥିବା ଭଳି ଦୁଶ୍ୟ ଆଜି ଦେଖିବାକୂୁ ମିଳିଛି ବୈପାରିଗୁଡା ଠାରେ । ବ୍ଲକ ଗଣ ଶିକ୍ଷକ ପ୍ରାଥମିକ ଶିକ୍ଷକ ଏକ୍ସ କ୍ୟାଡର ସଂଘଙ୍କ ପ୍ରତି ସରକାରଙ୍କ ବୈମାତୃକ ମନୋଭାବ ଓ ଅନ୍ୟାୟ ପ୍ରତିବାଦ କରି ୮ ଦଫା ଦାବି ନେଇ ରାଜରାସ୍ତାରେ ରାଲି କରି ଗର୍ଜିଛନ୍ତି ଶିକ୍ଷକ ସଂଘର ସଦସ୍ୟ ମାନେ । ଏକ୍ସ କ୍ୟାଡର ବୈପାରିଗୁଡା ବ୍ଲକ ସଂଘ ସଭାପତି ଏସ.ଶ୍ରୀଧର ରାଓ ଓ ସମ୍ପାଦକ ସୁରେଶ ପାତ୍ରଙ୍କ ଆବାହନରେ ଶତାଧିକ ଏକ୍ସ କ୍ୟାଡର ଶିକ୍ଷକ କର୍ମକର୍ତିା ମାନେ ଏହି କାର୍ଯ୍ୟକ୍ରମରେ ସାମି...

Prime Odisha December 4, 2022, 11:07 am     365 Views


Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.

Contact Us : [email protected]

More News

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):କେଉଁ ଠି ଆଲୁଅ ଅଛି ତ କେଉଁ ଠି ଅଳ୍ପ ଟିକେ ଅନ୍ଧାର ଶ୍ରେଣୀ ଗୃହ ଭ...

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକ ସ୍ତରୀୟ ପରବ ୨୦୨୨ କାର୍ଯ୍...

ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):ବ୍ଲକ ପ୍ରଶାସନ ପକ୍ଷରୁ ସ୍ଥାନୀୟ ପଂଚାୟତ ସମିତି କାର୍ଯ୍ୟାଳୟ ପ...

POPULAR CATEGORY

ଦେଶ- ବିଦେଶ

ରାଜ୍ୟ

ଜିଲ୍ଲା

ରାଜନୀତି

ମନୋରଞ୍ଜନ

ପର୍ଯ୍ୟଟନ

ଖେଳ

ସ୍ୱାସ୍ଥ୍ୟ

ନୂତନ ଉଦ୍ୟୋଗ

ଶିକ୍ଷା

ବାଣିଜ୍ୟ

ରାଶିଫଳ

© All right reserved 2016
Disclaimer      Privacy      Advertisement      Contact Us